ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନାଁରେ ଲୁଟ୍‌ କରିବାରେ ଲାଗିପଡ଼ିଛି। ଏହିସବୁ ପ୍ରସଙ୍ଗକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟା ପାଇଁ ଓଡ଼ିଶା ବନ୍ଦର ଡାକରା ଦିଆଯାଇଛି। ଅନ୍ୟପଟେ ବନ୍ଦ ପାଳନ ସମୟରେ କୌଣସି ଜରୁରିକାଳୀନ ସେବା ଯେପରି ବନ୍ଦ ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି କୁହାଯାଇଛି।

ବନ୍ଦର ପ୍ରଭାବ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି। ବୋରିଅ ଗ୍ରାମର ମୁଖ୍ୟ ଜାତୀୟ ରାଜପଥ ୨୬କୁ କଂଗେସ ପକ୍ଷର ବୁଧବାର ସକାଳୁ ଅବରୋଧ କରାଯାଇଛି।
ଫଳରେ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଇଛିି। ସମସ୍ତ ବସ୍‌ ଟ୍ରକ, ଚାରିଚକିଆ ଗାଡି ଛିଡା ହୋଇ ରହିଛି। ଏଥିରେ କଂଗେସର କର୍ମକର୍ତ୍ତା ଦେବେନ୍ଦ୍ର ନାୟକ, ଗୋପୀ ମାଝୀ, ଧରଣୀ ପ୍ରଧାନ ପ୍ରମୁଖ ସାମିଲ ହୋଇ ସକାଳୁ ଗଣଧାରଣା ଦେଇଛନ୍ତି। ମାତ୍ର କେସିଙ୍ଗା ସହରରେ ଏହାର କିଛି ପ୍ରଭାବ ଦେଖିବାକୁ ମିଳିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri