ବନ୍ଧବାହାଲ ସବ୍‌ ଷ୍ଟେଶନରୁ ବନ୍ଧୁକ ଦେଖାଇ ଲୁଟିନେଲେ

ଝାରସୁଗୁଡ଼ା ଅଫିସ,୩।୭: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ବିଦ୍ୟୁତ୍‌ ସବ ଷ୍ଟେଶନରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଲୁଟ ହୋଇଛି। ଏହି ସଶସ୍ତ୍ର ଲୁଟରେ ୧୦ରୁ ୧୫ଜଣ ଦୁବୃର୍ତ୍ତ ସାମିଲ ଥିବା ଜଣାପଡ଼ିଛି। ଦୁବୃର୍ତ୍ତମାନେ ହାତରେ ବନ୍ଧୁକ, ଛୁରି ଓ ଚେନ ଆଦି ମାରଣାସ୍ତ୍ର ଧରିଥିବାବେଳେ ମୁହଁରେ ଗାମୁଛା ବାନ୍ଧିଥିଲେ। ସମସ୍ତେ ଓଡ଼ିଆ ଓ ସମ୍ବଲପୁରୀ ଭାଷାରେ କଥା ହେଉଥିଲେ। ଦୁର୍ବୃତ୍ତମାନେ ଥପ୍ରଥମେ ତାରକାଟି ପାଚେରି ଡେଇଁ ସବ ଷ୍ଟେଶନରେ ଭିତରେ ପ୍ରବେଶକରି ବିଦ୍ୟୁତ କର୍ମଚାରୀଙ୍କୁ ଧମକ ଚମକଦେଇଥିଲେ। ପରେ ମାରଣାନ୍ତକ ଆକ୍ରମଣ କରିଥିଲେ । ଏଥିରେ ଲାଇନ୍‌ମ୍ୟାନ ଯ୍ୟୋତିରଞ୍ଜନ ପ୍ରହରାଜ(୩୪)ଙ୍କ ମୁଣ୍ଡଫାଟି ସେ ଗୁରୁତର ହୋଇଛନ୍ତି। ପରେ ସମସ୍ତ କର୍ମଚାରୀଙ୍କୁ ଏକ କୋଠରୀରେ ବନ୍ଦକରି ଚାଲିଯାଇଥିଲା । ଏକ ବାଇକ, ୧୧ ମୋବାଇଲ, ଟ୍ରାନ୍ସଫର୍ମର କୟଲ ଆଦି ଲକ୍ଷାଧିକ ଟଙ୍କା ମୂଲ୍ୟର ବିଦ୍ୟୁତ ସରଞ୍ଜାମ ଲୁଟ ହୋଇଛି। ଏସମ୍ପର୍କରେ ଖବରପାଇ ବେଲପାହାଡ ବିଦୁତ୍‌ ସେକ୍ସନ ଏସ୍‌ଡିଓ ଯ୍ୟୋତିକାନ୍ତ ପାତ୍ର ସବ ଷ୍ଟେସନରେ ପହଁଞ୍ଚି ଥିଲେ। ଖବରପାଇ ପୋଲିସ ଅଧିକାରୀମାନେ ପହଞ୍ଚିି ତଦନ୍ତ ଚଳାଇଛନ୍ତି । ଲୁଟ ସମ୍ପର୍କରେ ପୋଲିସ ଏଯାବତ୍‌ କୌଣସି ସୁରାକ ପାଇପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri