ବନ୍ଧନ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୯।୧୦: ବନ୍ଧନ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କର ମୋଟ ବ୍ୟବସାୟ ଏହି ସମୟ ମଧ୍ୟରେ ୨୪% ବୃଦ୍ଧି ପାଇ ୨.୭୩ ଲକ୍ଷ କୋଟି ଟଙ୍କା ହୋଇଛି। ସେହିଭଳି ବ୍ୟାଙ୍କର ମୋଟ ଜମାରେ ରିଟେଲ୍‌ ଭାଗ ବର୍ତ୍ତମାନ ପ୍ରାୟ ୬୮% ରହିଛି। ଏପରିକି ବିତରଣରେ ସମ୍ପ୍ରସାରଣ, ବ୍ୟବସାୟରେ ଦକ୍ଷତା ଓ ଅନୁକୂଳ ପରିଚାଳନା ପରିବେଶକୁ ନେଇ ଏହି ତ୍ରୈମାସିକରେ ବ୍ୟାଙ୍କ ଉେଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ଭାରତରେ ବ୍ୟାଙ୍କର ୬୩୦୦ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଥିଲାବେଳେ ଏହି ଆଉଟଲେଟ ଜରିଆରେ ୩.୫ କୋଟିରୁ ଅଧିକ ଗ୍ରାହକଙ୍କୁ ବ୍ୟାଙ୍କ ସେବା ପ୍ରଦାନ କରୁଛି। ବନ୍ଧନ ବ୍ୟାଙ୍କରେ କାର୍ଯ୍ୟ କରୁଥିବା ମୋଟ କର୍ମଚାରୀଙ୍କ ସଂଖ୍ୟା ପ୍ରାୟ ୮୦,୦୦୦ ରହିଛି। ୨୦୨୪-୨୫ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ବ୍ୟାଙ୍କର ଜମା ପୂର୍ବ ବର୍ଷର ସମାନ ତ୍ରୈମାସିକ ତୁଳନାରେ ୨୭% ବୃଦ୍ଧି ପାଇଛି। ଏପରିକି ମୋଟ ଜମା ବର୍ତ୍ତମାନ ୧.୪୨ ଲକ୍ଷ କୋଟି ଟଙ୍କା ରହିଛି ଏବଂ ମୋଟ ଅଗ୍ରିମ ପରିମାଣ ୧.୩୧ ଲକ୍ଷ କୋଟି ଟଙ୍କା ହୋଇଛି। ଏପରିକି (କରେଣ୍ଟ୍‌) ଚଳନ୍ତି ଓ ସଞ୍ଚୟ ଖାତା ପୁସ୍ତିକା (କାସା) ମୋଟ ଜମାର ୩୩.୨% ରହିଛି। ବ୍ୟାଙ୍କ ସ୍ଥିରତାର ସଙ୍କେତ ଭାବେ ବିଚାର କରାଯାଉଥିବା ପୁଞ୍ଜି ସ୍ବଚ୍ଛତା ଅନୁପାତ (ସିଏଆର୍‌) ୧୫.୪% ରହିଛି, ଯାହା ନିୟାମକ ଆବଶ୍ୟକତା ତୁଳନାରେ ଅଧିକ ରହିଛି। ଏ ସମ୍ପର୍କରେ ବନ୍ଧନ ବ୍ୟାଙ୍କର ଏମ୍‌ଡି ଓ ସିଇଓ ରତନ କୁମାର କେଶ କହିଛନ୍ତି,ବନ୍ଧନ ବ୍ୟାଙ୍କର ଦ୍ୱିତୀୟ ତୈମାସିକରେ ଦୃଢ଼ ପ୍ରଦର୍ଶନ ଗୁଣାତ୍ମକ ଅଭିବୃଦ୍ଧି ଧାରା ସହିତ ବିପଦର ଉପଯୁକ୍ତ ପରିଚାଳନା ଏବଂ ନିୟମ ପାଳନ ଉପରେ ଗୁରୁତ୍ୱକୁ ପ୍ରତିଫଳିତ କରୁଛି। ଏପରିକି ଆମର ସଫଳତା ଆମ ଗ୍ରାହକମାନଙ୍କ ବିଶ୍ୱାସ ଓ ଆମ କର୍ମଚାରୀମାନଙ୍କ ସମର୍ପଣ ଉପରେ ପର୍ଯ୍ୟବସିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ଯୁଦ୍ଧ ମଇଦାକୁ ଓହ୍ଲାଇଲା ରୁଷିଆ! ଏବେ ବିଶ୍ୱଯୁଦ୍ଧ ଥୟ

ମସ୍କୋ,୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଇରାନକୁ ରୁଷିଆର ସହାୟତା ଆମେରିକାରେ ଉତ୍ତେଜନା ସୃଷ୍ଟି କରିଥିଲା। ରାଷ୍ଟ୍ରପତି ଟ୍ରମ୍ପ ତାଙ୍କ ଦୂତଙ୍କ ମାଧ୍ୟମରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ଏକ ବାର୍ତ୍ତା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri