ବନ୍ଧନ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୯।୧୦: ବନ୍ଧନ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କର ମୋଟ ବ୍ୟବସାୟ ଏହି ସମୟ ମଧ୍ୟରେ ୨୪% ବୃଦ୍ଧି ପାଇ ୨.୭୩ ଲକ୍ଷ କୋଟି ଟଙ୍କା ହୋଇଛି। ସେହିଭଳି ବ୍ୟାଙ୍କର ମୋଟ ଜମାରେ ରିଟେଲ୍‌ ଭାଗ ବର୍ତ୍ତମାନ ପ୍ରାୟ ୬୮% ରହିଛି। ଏପରିକି ବିତରଣରେ ସମ୍ପ୍ରସାରଣ, ବ୍ୟବସାୟରେ ଦକ୍ଷତା ଓ ଅନୁକୂଳ ପରିଚାଳନା ପରିବେଶକୁ ନେଇ ଏହି ତ୍ରୈମାସିକରେ ବ୍ୟାଙ୍କ ଉେଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ଭାରତରେ ବ୍ୟାଙ୍କର ୬୩୦୦ ବ୍ୟାଙ୍କିଙ୍ଗ୍‌ ଆଉଟଲେଟ୍‌ ଥିଲାବେଳେ ଏହି ଆଉଟଲେଟ ଜରିଆରେ ୩.୫ କୋଟିରୁ ଅଧିକ ଗ୍ରାହକଙ୍କୁ ବ୍ୟାଙ୍କ ସେବା ପ୍ରଦାନ କରୁଛି। ବନ୍ଧନ ବ୍ୟାଙ୍କରେ କାର୍ଯ୍ୟ କରୁଥିବା ମୋଟ କର୍ମଚାରୀଙ୍କ ସଂଖ୍ୟା ପ୍ରାୟ ୮୦,୦୦୦ ରହିଛି। ୨୦୨୪-୨୫ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ବ୍ୟାଙ୍କର ଜମା ପୂର୍ବ ବର୍ଷର ସମାନ ତ୍ରୈମାସିକ ତୁଳନାରେ ୨୭% ବୃଦ୍ଧି ପାଇଛି। ଏପରିକି ମୋଟ ଜମା ବର୍ତ୍ତମାନ ୧.୪୨ ଲକ୍ଷ କୋଟି ଟଙ୍କା ରହିଛି ଏବଂ ମୋଟ ଅଗ୍ରିମ ପରିମାଣ ୧.୩୧ ଲକ୍ଷ କୋଟି ଟଙ୍କା ହୋଇଛି। ଏପରିକି (କରେଣ୍ଟ୍‌) ଚଳନ୍ତି ଓ ସଞ୍ଚୟ ଖାତା ପୁସ୍ତିକା (କାସା) ମୋଟ ଜମାର ୩୩.୨% ରହିଛି। ବ୍ୟାଙ୍କ ସ୍ଥିରତାର ସଙ୍କେତ ଭାବେ ବିଚାର କରାଯାଉଥିବା ପୁଞ୍ଜି ସ୍ବଚ୍ଛତା ଅନୁପାତ (ସିଏଆର୍‌) ୧୫.୪% ରହିଛି, ଯାହା ନିୟାମକ ଆବଶ୍ୟକତା ତୁଳନାରେ ଅଧିକ ରହିଛି। ଏ ସମ୍ପର୍କରେ ବନ୍ଧନ ବ୍ୟାଙ୍କର ଏମ୍‌ଡି ଓ ସିଇଓ ରତନ କୁମାର କେଶ କହିଛନ୍ତି,ବନ୍ଧନ ବ୍ୟାଙ୍କର ଦ୍ୱିତୀୟ ତୈମାସିକରେ ଦୃଢ଼ ପ୍ରଦର୍ଶନ ଗୁଣାତ୍ମକ ଅଭିବୃଦ୍ଧି ଧାରା ସହିତ ବିପଦର ଉପଯୁକ୍ତ ପରିଚାଳନା ଏବଂ ନିୟମ ପାଳନ ଉପରେ ଗୁରୁତ୍ୱକୁ ପ୍ରତିଫଳିତ କରୁଛି। ଏପରିକି ଆମର ସଫଳତା ଆମ ଗ୍ରାହକମାନଙ୍କ ବିଶ୍ୱାସ ଓ ଆମ କର୍ମଚାରୀମାନଙ୍କ ସମର୍ପଣ ଉପରେ ପର୍ଯ୍ୟବସିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri