ନୂଆଦିଲ୍ଲୀ,୨୭।୫: ବନ୍ଧନ ବ୍ୟାଙ୍କ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କର କାରବାର ଶୁଭାରମ୍ଭ କରିବାର ସାଢ଼େ ସାତ ବର୍ଷ ମଧ୍ୟରେ ମୋଟ ୨.୧୭ ଲକ୍ଷ କୋଟି ଟଙ୍କାରୁ ଅଧିକ କାରବାର ହୋଇଛି। ବର୍ତ୍ତମାନ ବ୍ୟାଙ୍କ୍ ବୁକ୍ରେ ୩ କୋଟିରୁ ଅଧିକ ଗ୍ରାହକ ରହିଛନ୍ତି। ସେହିଭଳି ବ୍ୟାଙ୍କ୍ର ମୋଟ କାରବାର (ଜମା ଓ ଅଗ୍ରିମ) ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ବର୍ଷକୁ ବର୍ଷ ଭିତ୍ତିରେ ୧୧% ବୃଦ୍ଧି ପାଇ ୨.୧୭ ଲକ୍ଷ କୋଟି ଟଙ୍କା ହୋଇଛି। ଅପରପକ୍ଷରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକରେ ବ୍ୟାଙ୍କ୍ର ଜମା ବୁକ୍ ପୂର୍ବ ବର୍ଷର ସମାନ ତ୍ରୈମାସିକ ତୁଳନାରେ ୧୨% ବୃଦ୍ଧି ପାଇଛି। ବର୍ତ୍ତମାନ ବ୍ୟାଙ୍କର ମୋଟ ଜମା ୧.୦୮ ଲକ୍ଷ କୋଟି ଟଙ୍କା ରହିଛି। ସେହିପରି ବ୍ୟାଙ୍କର ମୋଟ ଜମାରେ ଚଳନ୍ତି ଓ ସଞ୍ଚୟ ଖାତା ପୁସ୍ତିକା (କାସା) ଅନୁପାତ ବର୍ତ୍ତମାନ ମୋଟ ଜମାର ୩୯.୩% ରହିଛି। ଏପରିକି ଅଗ୍ରିମ କ୍ଷେତ୍ରରେ ବ୍ୟାଙ୍କ୍ ପୂର୍ବବର୍ଷର ସମାନ ତ୍ରୈମାସିକ ତୁଳନାରେ ୧୦% ବୃଦ୍ଧି ହାସଲ କରିଛି। ବର୍ତ୍ତମାନ ବ୍ୟାଙ୍କର ମୋଟ ଅଗ୍ରିମ ୧.୦୯ ଲକ୍ଷ କୋଟି ଟଙ୍କା ରହିଛି। ସେହିପରି ବ୍ୟାଙ୍କ୍ ସ୍ଥିରତାର ସଙ୍କେତ ଭାବେ ବିଚାର କରାଯାଉଥିବା ପୁଞ୍ଜି ସ୍ବଚ୍ଛତା ଅନୁପାତ (ସିଏଆର୍) ୧୯.୮% ରହିଛି, ଯାହା ନିୟାମକ ଆବଶ୍ୟକତା ତୁଳନାରେ ଅଧିକ ରହିଛି। ପୂର୍ବ ଓ ଉତ୍ତର ପୂର୍ବ ଭଳି ମୌଳିକ ବଜାରରୁ ଆଗକୁ ବଢ଼ି ବ୍ୟାଙ୍କ୍ର ଉପସ୍ଥିତି ସମ୍ପ୍ରସାରଣ ଜାରି ରଖିଛି।
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ
କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…
ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ
କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…
Archives

