ବନ୍ଧୁକ ମୁନରେ ଆତଙ୍କ ଖେଳାଉଥିବା ବାଙ୍ଗା ଗିରଫ

ଭୁବନେଶ୍ୱର,୧୩।୨(ବ୍ୟୁରୋ):ବନ୍ଧୁକ ଦେଖାଇ ଆତଙ୍କ ଖେଳାଉଥିଲେ। ନିଜକୁ ଲୋକାଲ ଡନ୍‌ କହି ବ୍ୟବସାୟୀଙ୍କଠାରୁ ବଟି ଆଦାୟ କରୁଥିଲେ। ଅଭିଯୋଗ ପରେ ଶେଷରେ କ୍ୟାପିଟାଲ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ କେଦାରପଲ୍ଲୀ ବସ୍ତିରେ ରହୁଥିବା ବାଙ୍ଗା ନାୟକ। ତାଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ସହ ଗୋଟିଏ ଅଫୁଟା ଗୁଳି ଜବତ ହୋଇଛି। ତେବେ ଚଢ଼ାଉ ସମୟରେ ବାଙ୍ଗା ପୋଲିସ ଉପରକୁ ଗୁଳି ଚଳାଇ ଖସି ଯିବାକୁ ଚେଷ୍ଟା କରିଥିଲେ। ହେଲେ ପୋଲିସ ଟିମ୍‌ ଚାରିପଟୁ ଘେରାଉ କରି ବହୁ କଷ୍ଟରେ ତାଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଏନେଇ ପୋଲିସ ଆର୍ମ ଆକ୍ଟ ସହ ୩୮୭ ଦଫାରେ ମାମଲା (ନଂ ୯୫/୨୩) ରୁଜୁ କରି ରବିବାର ତାଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ବାଙ୍ଗାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ବାଙ୍ଗାଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ଚୋରି, ଛିନ୍‌ତାଇ, ବୋମା ମାଡ଼, ହତ୍ୟା ଉଦ୍ୟମ ଭଳି ୨୦ରୁ ଊର୍ଦ୍ଧ୍ୱ ମାମଲା ରହିଛି। ସେ ବାରମ୍ବାର ଜେଲ୍‌ ଯାଇ ବେଲରେ ଆସିବା ପରେ ପୁଣି ଆପରାଧିକ କାର୍ଯ୍ୟରେ ସମ୍ପୃକ୍ତ ରହିଥିବା ପୋଲିସ ଜାଣିବାକୁ ପାଇଛି। ତେଣୁ ବାଙ୍ଗାକୁ ତଡିପାର କରାଯିବା ନେଇ ପଦକ୍ଷେପ ନିଆଯିବା ନେଇ ପ୍ରକ୍ରିୟା ଆରମ୍ଭ କରାଯାଉଥିବା ପୋଲିସ କହିଛି।
ସୂଚନାନୁସାରେ, ଶନିବାର ରାତି ୯ଟାରେ ଅଭିଯୁକ୍ତ ବାଙ୍ଗା ବାପୁଜୀନଗର ମାର୍କେଟରେ ଦୋକାନୀଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଥିବା କ୍ୟାପିଟାଲ ଥାନା ପୋଲିସ ବିଶେଷସୂତ୍ରରୁ ଖବରପାଇ ଘଟଣାସ୍ଥଳକୁ ଯାଇଥିଲା। ହେଲେ ଏହାପୂର୍ବରୁ ଅଭିଯୁକ୍ତ ବାଙ୍ଗା ସେଠାରୁ ଫେରାର ହୋଇଯାଇଥିଲେ। ପୋଲିସ ତାଙ୍କୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ଚଢାଉ କରୁଥିବାବେଳେ କେଦାରପଲ୍ଲୀ ବସ୍ତି ନିକଟ ଫ୍ଲାଏ ଓଭର ପାଖରେ ବାଙ୍ଗାକୁ ଠାବ କରିଥିଲେ। ପୋଲିସ ଟିମ ତାଙ୍କୁ ଧରିବା ଲାଗି ଉଦ୍ୟମ କରୁଥିବାବେଳେ ସେ ବନ୍ଧୁକ ଦେଖାଇ ଧମକ ଦେଇଥିଲେ। ପାଖକୁ ଆସିଲେ ଗୁଳି କରିଦେବାକୁ ବାରମ୍ବାର କହିବା ପୋଲିସ ସତର୍କତାର ସହ ଧରିବାକୁ ଯୋଜନା କରିଥିଲା। ଏଥିପାଇଁ ପୋଲିସ ଓ ବାଙ୍ଗା ମଧ୍ୟରେ ଛକାପଞ୍ଝା ଚାଲିଥିଲା। ଏହା ଭିତରେ ପୋଲିସ ଟିମ୍‌ ଚାରିପଟୁ ଘେରି ଯିବାରୁ ବାଙ୍ଗା ଶେଷରେ ରେଳଧାରଣାରେ ଦୌଡି ଫେରାର ହେବାକୁ ଚେଷ୍ଟା କରୁଥିବାବେଳେ ପୋଲିସ ତାଙ୍କୁ ଗୋଡ଼ାଇ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri