ବନ୍ଧୁକ ମୁନରେ ଆତଙ୍କ ଖେଳାଉଥିବା ବାଙ୍ଗା ଗିରଫ

ଭୁବନେଶ୍ୱର,୧୩।୨(ବ୍ୟୁରୋ):ବନ୍ଧୁକ ଦେଖାଇ ଆତଙ୍କ ଖେଳାଉଥିଲେ। ନିଜକୁ ଲୋକାଲ ଡନ୍‌ କହି ବ୍ୟବସାୟୀଙ୍କଠାରୁ ବଟି ଆଦାୟ କରୁଥିଲେ। ଅଭିଯୋଗ ପରେ ଶେଷରେ କ୍ୟାପିଟାଲ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ କେଦାରପଲ୍ଲୀ ବସ୍ତିରେ ରହୁଥିବା ବାଙ୍ଗା ନାୟକ। ତାଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ ସହ ଗୋଟିଏ ଅଫୁଟା ଗୁଳି ଜବତ ହୋଇଛି। ତେବେ ଚଢ଼ାଉ ସମୟରେ ବାଙ୍ଗା ପୋଲିସ ଉପରକୁ ଗୁଳି ଚଳାଇ ଖସି ଯିବାକୁ ଚେଷ୍ଟା କରିଥିଲେ। ହେଲେ ପୋଲିସ ଟିମ୍‌ ଚାରିପଟୁ ଘେରାଉ କରି ବହୁ କଷ୍ଟରେ ତାଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଏନେଇ ପୋଲିସ ଆର୍ମ ଆକ୍ଟ ସହ ୩୮୭ ଦଫାରେ ମାମଲା (ନଂ ୯୫/୨୩) ରୁଜୁ କରି ରବିବାର ତାଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ବାଙ୍ଗାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ବାଙ୍ଗାଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ଚୋରି, ଛିନ୍‌ତାଇ, ବୋମା ମାଡ଼, ହତ୍ୟା ଉଦ୍ୟମ ଭଳି ୨୦ରୁ ଊର୍ଦ୍ଧ୍ୱ ମାମଲା ରହିଛି। ସେ ବାରମ୍ବାର ଜେଲ୍‌ ଯାଇ ବେଲରେ ଆସିବା ପରେ ପୁଣି ଆପରାଧିକ କାର୍ଯ୍ୟରେ ସମ୍ପୃକ୍ତ ରହିଥିବା ପୋଲିସ ଜାଣିବାକୁ ପାଇଛି। ତେଣୁ ବାଙ୍ଗାକୁ ତଡିପାର କରାଯିବା ନେଇ ପଦକ୍ଷେପ ନିଆଯିବା ନେଇ ପ୍ରକ୍ରିୟା ଆରମ୍ଭ କରାଯାଉଥିବା ପୋଲିସ କହିଛି।
ସୂଚନାନୁସାରେ, ଶନିବାର ରାତି ୯ଟାରେ ଅଭିଯୁକ୍ତ ବାଙ୍ଗା ବାପୁଜୀନଗର ମାର୍କେଟରେ ଦୋକାନୀଙ୍କୁ ବନ୍ଧୁକ ଦେଖାଇ ଧମକ ଦେଉଥିବା କ୍ୟାପିଟାଲ ଥାନା ପୋଲିସ ବିଶେଷସୂତ୍ରରୁ ଖବରପାଇ ଘଟଣାସ୍ଥଳକୁ ଯାଇଥିଲା। ହେଲେ ଏହାପୂର୍ବରୁ ଅଭିଯୁକ୍ତ ବାଙ୍ଗା ସେଠାରୁ ଫେରାର ହୋଇଯାଇଥିଲେ। ପୋଲିସ ତାଙ୍କୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ଚଢାଉ କରୁଥିବାବେଳେ କେଦାରପଲ୍ଲୀ ବସ୍ତି ନିକଟ ଫ୍ଲାଏ ଓଭର ପାଖରେ ବାଙ୍ଗାକୁ ଠାବ କରିଥିଲେ। ପୋଲିସ ଟିମ ତାଙ୍କୁ ଧରିବା ଲାଗି ଉଦ୍ୟମ କରୁଥିବାବେଳେ ସେ ବନ୍ଧୁକ ଦେଖାଇ ଧମକ ଦେଇଥିଲେ। ପାଖକୁ ଆସିଲେ ଗୁଳି କରିଦେବାକୁ ବାରମ୍ବାର କହିବା ପୋଲିସ ସତର୍କତାର ସହ ଧରିବାକୁ ଯୋଜନା କରିଥିଲା। ଏଥିପାଇଁ ପୋଲିସ ଓ ବାଙ୍ଗା ମଧ୍ୟରେ ଛକାପଞ୍ଝା ଚାଲିଥିଲା। ଏହା ଭିତରେ ପୋଲିସ ଟିମ୍‌ ଚାରିପଟୁ ଘେରି ଯିବାରୁ ବାଙ୍ଗା ଶେଷରେ ରେଳଧାରଣାରେ ଦୌଡି ଫେରାର ହେବାକୁ ଚେଷ୍ଟା କରୁଥିବାବେଳେ ପୋଲିସ ତାଙ୍କୁ ଗୋଡ଼ାଇ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri