Posted inଖେଳ

ପ୍ଲେ- ଅଫ୍‌ରେ ସ୍ଥାନ ହାସଲ ଲକ୍ଷ୍ୟରେ ବାଙ୍ଗାଲୋର

ଶାରଜା,୩୧।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୫୨ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ସନ ରାଇଜର୍ସ ହାଇଦ୍ରାବାଦ୍‌ ମୁହଁାମୁହିଁ ହେବେ। ଶନିବାର ସ୍ଥାନୀୟ ଶାରଜା କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ଦ୍ୱିତୀୟ ମ୍ୟାଚ୍‌ରେ ବିଜୟୀ ହୋଇ ବାଙ୍ଗାଲୋର ପ୍ଲେ- ଅଫ୍‌ ସ୍ଥାନ ହାସଲ ଲକ୍ଷ୍ୟରେ ରହିଛି। ବାଙ୍ଗାଲୋର ଏପର୍ଯ୍ୟନ୍ତ ୧୨ଟି ମ୍ୟାଚ୍‌ ଖେଳି ୭ ବିଜୟ ୫ ପରାଜୟ ସହ ୧୪ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। କ୍ରମାଗତ ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇ ବାଙ୍ଗାଲୋର ତା’ର ପ୍ରଶଂସକଙ୍କୁ ନିରାଶ କରିଛି। ଅନ୍ୟପଟେ ହାଇଦ୍ରାବାଦ୍‌ ଦମ୍‌ଦାର ପ୍ରଦର୍ଶନ କରି ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇବା ପରେ ଆତ୍ମବିଶ୍ୱାସ ଦୃଢ କରିଛି। ବାକିଥିବା ୨ଟି ମ୍ୟାଚ୍‌ରୁ ଗୋଟିଏରେ ବିଜୟୀ ହେଲେ ବାଙ୍ଗାଲୋର ପ୍ଲେ- ଅଫ୍‌ରେ ସ୍ଥାନ ହାସଲ କରିବ।
ପ୍ଲେ- ଅଫ୍‌ ଦୌଡ଼ରୁ ଏକମାତ୍ର ଦଳ ଭାବେ ଚେନ୍ନାଇ ସୁପର କିଙ୍ଗ୍ସ ବାଦ୍‌ ପଡିଛି। ତେବେ ଗତ ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସକୁ ହରାଇ ଚେନ୍ନାଇ ପ୍ଲେ- ଅଫ୍‌ ରେସ୍‌କୁ ଆହୁରି ରୋମାଞ୍ଚିତ କରିଛି। ବାଙ୍ଗାଲୋର ବାକି ଦୁଇଟି ମ୍ୟାଚ୍‌ରେ ପରାସ୍ତ ହେଲେ ମଧ୍ୟ କ୍ୱାଲିଫାଏ କରିପାରିବ। ତେବେ ସେଥିପାଇଁ ତାକୁ ଅନ୍ୟ ମ୍ୟାଚ୍‌ଗୁଡିକ ଫଳାଫଳ ଉପରେ ନିର୍ଭର କରିବାକୁ ପଡିବ। ଅବଶ୍ୟ ଗତ ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇଥିବାରୁ ଆର୍‌ସିବିର ନେଟ୍‌ ରନ ରେଟ୍‌ (ଏନ୍‌ଆରଆର) ପ୍ରଭାବିତ ହୋଇଛି।
ଅପରପକ୍ଷରେ ହାଇଦ୍ରାବାଦ ଏପର୍ଯ୍ୟନ୍ତ ୧୨ଟି ମ୍ୟାଚ୍‌ ଖେଳି ୫ ବିଜୟ, ୭ ପରାଜୟ ସହ ୧୦ ପଏଣ୍ଟ ହାସଲ କରି ତାଲିକାର ଷଷ୍ଠ ସ୍ଥାନରେ ରହିଛି। ତେଣୁ ପ୍ଲେ- ଅଫ୍‌ ଦୌଡ଼ରେ ସାମିଲ ରହିବା ପାଇଁ ହାଇଦ୍ରାବାଦ୍‌କୁ ବାକିଥିବା ଦୁଇଟି ମ୍ୟାଚ୍‌ରେ ଆର୍‌ସିବି ଓ ମୁମ୍ବାଇକୁ ହରାଇବା ଅପରିହାର୍ଯ୍ୟ ହୋଇପଡିଛି। ଦୁଇଟି ମ୍ୟାଚ୍‌ରେ ବିଜୟୀ ହେବା ମଧ୍ୟ ଯଥେଷ୍ଟ ନୁହେଁ। ଆର୍‌ସିବି (୧୪ ପଏଣ୍ଟ) ଓ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବ (୧୨ ପଏଣ୍ଟ) ମ୍ୟାଜିକ୍‌ ସଂଖ୍ୟା ୧୬ରେ ନ ପହଞ୍ଚିବା ଦରକାର। ଯଦି ଏହା ହୁଏ ଓ ୩ଟି ଯାକ ଦଳ ୧୪ ପଏଣ୍ଟରେ ସୀମିତ ରୁହନ୍ତି ତେବେ ଭଲ ଏନ୍‌ଆରଆର ସହିତ ହାଇଦ୍ରାବାଦ୍‌ ପ୍ଲେ- ଅଫ୍‌କୁ ଉଠିବ। ଆରସିବି ତା’ର ଆତ୍ମବିଶ୍ୱାସ ଫେରିପାଇବା ଦରକାର। ବୋଲିଂ, ବ୍ୟାଟିଂରେ ଉଭୟ ଦଳରେ କିଛିଟା ତ୍ରୁଟି ରହିଛି। ତେବେ ଦଳଗତ ଭାବେ ଉଭୟ ଦଳ ଭଲ ପ୍ରଦର୍ଶନ କରିବାର କ୍ଷମତା ରଖୁଛନ୍ତି। ତେଣୁ ଏହି ମ୍ୟାଚ୍‌ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri