ଚେନ୍ନାଇକୁ ପରାସ୍ତ କଲା ଆରସିବି

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)କୁ ୧୩ ରନରେ ପରାସ୍ତ କରିଛି। ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍‌ରେ ୧୭୪ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ଚେନ୍ନାଇ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ ୧୬୦ ରନ୍ କରିବାରେ ସକ୍ଷମ ହୋଇଥିଲା। ଦଳ ପକ୍ଷରୁ ଡି. କନୱେ ସର୍ବାଧିକ ୫୬ ରନ୍ କରିଥିଲେ। ମୋଇନ ଅଲ୍ଲୀ ୩୪, ରୁତୁରାଜ ଗାଏକ୍ଵାଡ ୨୮ ରନ୍ ସ୍କୋର କରିଥିଲେ। ଆରସିବି ପକ୍ଷରୁ ହର୍ସେଲ ପଟେଲ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ଗ୍ଲେନ୍ ମ୍ୟାକ୍ସୱେଲ୍ ୨ଟି ଉଇକେଟ ନେଇଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୭୩ ରନ୍‌ କରିଥିଲା। ବେଙ୍ଗାଲୁରୁ ପକ୍ଷରୁ ମାହିପାଲ୍‌ ଲୋମରୋର ୨୭ ବଲ୍‌ରୁ ୪୨ ରନ୍‌ର ପାଳି ଖେଳିଥିଲେ। ସେହିପରି ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ୩୮, ବିରାଟ କୋହଲି ୩୦,ଦୀନେଶ କାର୍ତ୍ତିକ ୨୬, ରଜତ ପଟିଦାର ୨୧ ରନ୍‌ କରିଥିଲେ। ଚେନ୍ନାଇ ପକ୍ଷରୁ ମହିଷ ଥିକିଷ୍ଣା ସର୍ବାଧିକ ୩ଟି ଉଇକେଟ୍‌ ନେଇଥିଲେ। ସେହିପରି ମୋଇନ ଅଲ୍ଲି ୨ ଏବଂ ଡ୍ବେନ୍‌ ପ୍ରେଟୋରିୟସ୍‌ ଗୋଟିଏ ଉଇକେଟ୍‌ ନେଇଥିଲେ।
ଚଳିତ ଆଇପିଏଲ୍‌ରେ ୧୧ଟି ମ୍ୟାଚ୍‌ ଖେଳି ଆରସିବି ୬ଷ୍ଠ ବିଜୟ ହାସଲ କରିଥିବାବେଳେ ଚେନ୍ନାଇ ୧୦ ମ୍ୟାଚ୍‌ ଖେଳି ୭ମ ପରାଜୟବରଣ କରିଛି।
ଏହି ମ୍ୟାଚ୍‌ ଧୋନୀଙ୍କ ପାଇଁ ସ୍ବତନ୍ତ୍ର ଥିଲା। ଆଇପିଏଲର ଯେକୌଣସି ଗୋଟିଏ ଫ୍ରାଞ୍ଚାଇଜ ପାଇଁ ୨୦୦ ମ୍ୟାଚ ଖେଳିଥିବା ଧୋନୀ ଦ୍ୱିତୀୟ ଖେଳାଳି ହୋଇଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଆଇପିଏଲରେ ଏହା ତାଙ୍କର ୨୦୦ ତମ ମ୍ୟାଚ ଥିଲା ଯେକୌଣସି ଗୋଟିଏ ଫ୍ରାଞ୍ଚାଇଜ ପାଇଁ ୨୦୦ କିମ୍ବା ଅଧିକ ମ୍ୟାଚ ଖେଳିବା କ୍ଷେତ୍ରରେ କେବଳ ବିରାଟ କୋହଲି ତାଙ୍କଠାରୁ ଆଗରେ ଅଛନ୍ତି। ବିରାଟ ବର୍ତ୍ତମାନ ପର୍ଯ୍ୟନ୍ତ ଆଇପିଏଲରେ ବେଙ୍ଗାଲୁରୁ ପାଇଁ ୨୧୭ ମ୍ୟାଚ ଖେଳିଛନ୍ତି। ୨୦୧୬ ଏବଂ ୨୦୧୭ରେ ଚେନ୍ନାଇ ନିଷେଧ ହେବା ପରେ ଧୋନୀଙ୍କୁ ଅନ୍ୟ ଫ୍ରାଞ୍ଚାଇଜ ପାଇଁ ଖେଳିବାକୁ ପଡିଥିଲା, ନଚେତ୍‌ ସେ କୋହଲିଙ୍କଠାରୁ ଆଗରେ ଥାଆନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri