ରୋମାଞ୍ଚକ ମୁକାବିଲାରେ ଲକ୍ଷ୍ନୌକୁ ପରାସ୍ତ କଲା ବେଙ୍ଗାଲୁରୁ 

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚ୍‌ ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି)କୁ ୧୪ ରନ୍ ରେ ପରାସ୍ତ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) । ଆରସିବିର ବିଶାଳ ୨୦୮ ରନ୍ ର ଟାର୍ଗେଟକୁ ପିଛା କରି ଲକ୍ଷ୍ନୌ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୧୯୩ ରନ୍ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଅଧିନାୟକ ଲୋକେସ ରାହୁଲ ସର୍ବାଧିକ ୭୯ ରନ୍ କରିଥିଲେ। ବେଙ୍ଗାଲୁରୁ ପକ୍ଷରୁ ଜୋଶ ହେଜେଲଉଡ ୩ଟି  ଉଇକେଟ ନେଇଥିଲେ।

ଇଡେନ ଗାର୍ଡେନ୍ସରେ ଖୋଲାଯାଇଥିବା ଏହି ମ୍ୟାଚରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୭ ଉଇକେଟ୍ ହରାଇ ୨୦୭ ରନ୍ କରିଥିଲା। ବେଙ୍ଗାଲୁରୁ ପକ୍ଷରୁ ରଜତ ପଟିଦାର ମାତ୍ର ୫୪ ବଲରୁ ୧୧୨ ରନ୍ ର ଅପରାଜିତ ଇନିଂସ ଖେଳି ଥିଲେ। ପଟିଦାର ତାଙ୍କ ଇନିଂସରେ ୭ଟି ଛକା ଓ ୧୨ଟି ଚୌକା ମାରି ଥିଲେ। ସେହିପରି କାର୍ତ୍ତିକ ୫ଟି ଚୌକା ଓ ୧ ଛକା ସହ ୨୩ ବଲରେ ୩୭ ରନ୍‌ର ଇନିଂସ ଖେଳି ଥିଲେ। ଲକ୍ଷ୍ନୌ ପକ୍ଷରୁ ରବି ବିଷ୍ଣୋଇ, ଅଭେସ ଖାନ୍, କ୍ରୁନାଲ ପାଣ୍ଡ୍ୟା ଓ ମହସିନ ଖାନ୍ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ ।

ଏହି ମ୍ଯାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ବର୍ଷା ଯୋଗୁ ପ୍ରାୟ ଏକ ଘଣ୍ଟା ବିଳମ୍ବରେ ଖେଳ ଆରମ୍ଭ ହୋଇଥିଲା।

ଏହି ପରାଜୟ ସହ ଲକ୍ଷ୍ନୌ ଟୁର୍ଣ୍ଣାମେଣ୍ଟରୁ ବିଦାୟ ନେଇଛି। ବେଙ୍ଗାଲୁରୁ ଆସନ୍ତା ଶୁକ୍ରବାର ରାଜସ୍ଥାନ ରୟାଲ୍ସ ସହିତ ଯୋଗ୍ୟତା ପର୍ଯ୍ୟାୟ-୨ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri