Posted inଖେଳ

ବାଙ୍ଗାଲୋର ୩୭ ରନରେ ବିଜୟୀ

ଦୁବାଇ, ୧୧।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୫ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୩୭ ରନରେ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାର ଟସ୍‌ ଜିତି ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୧୬୯ ରନ ସଂଗ୍ରହ କରିଥିଲା। ଜବାବରେ ଚେନ୍ନାଇ ୨୦ ଓଭରରେ ୮ ଉଇକେଟ ହରାଇ ୧୩୨ ରନ କରି ପରାସ୍ତ ହୋଇଛି। ବିଜୟ ସହ ୮ ପଏଣ୍ଟ ପାଇ ବାଙ୍ଗାଲୋର ତାଲିକାର ଚତୁର୍ଥ ସ୍ଥାନକୁ ଉଠିଛି।
୧୭୦ ରନ ଟାର୍ଗେଟର ପିଛା କରି ଚେନ୍ନାଇ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଫଳରେ ଆବଶ୍ୟକ ହାରରେ ରନ୍‌ ସଂଗ୍ରହ କରି ନ ପାରି ଆତ୍ମ ସମର୍ପଣ କରିଥିଲା। ଦଳ ତରଫରୁ ଅମ୍ବାତି ରାୟୁଡୁ ସର୍ବାଧିକ ୪୨, ଏନ୍‌. ଜଗଦୀଶନ ୩୩, ସେନ୍‌ ଓ୍ବାଟସନ ୧୪, ଧୋନୀ ୧୦ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ବାଙ୍ଗାଲୋର ତରଫରୁ କ୍ରିସ ମୋରିସ୍‌ ୩, ଓ୍ବାଶିଂଟନ ସୁନ୍ଦର ୨, ଇସୁରୁ ଉଡାନା ଓ ୟୁଜବେନ୍ଦ୍ର ଚହଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ଇନିଂସ ଆରମ୍ଭରୁ ବାଙ୍ଗାଲୋର ଆରୋନ ଫିଞ୍ଚ୍‌ଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ମାତ୍ର ୨ ରନ କରି ଫିଞ୍ଚ୍‌ ଦୀପକ ଚହରଙ୍କ ବଲ୍‌ରେ ବୋଲ୍ଡ ହୋଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଓପନର ଦେବଦତ୍ତ ପଡିକାଲ ଓ କୋହଲି ଦ୍ୱିତୀୟ ଉଇକେଟ ଯୋଡିରେ ୪୫ ବଲରୁ ୫୩ ରନ ସଂଗ୍ରହ କରିଥିଲେ। ପଡିକାଲ ୩୩ ରନ କରିଥିବା ବେଳେ ଶାର୍ଦ୍ଦୁଳ ଠାକୁରଙ୍କ ବଲ୍‌ରେ ମିଡ୍‌ ଅଫ୍‌ରେ ଫାଫ୍‌ ଡୁପ୍ଲେସିଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଏହାପରେ ଅଭିଜ୍ଞ ଏବି ଡିଭିଲର୍ସ ବ୍ୟାଟିଂ କରିବାକୁ ଆସି ଖାତା ଖୋଲିବା ପୂର୍ବରୁ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀଙ୍କୁ କ୍ୟାଚ୍‌ ଦେଇ ଠାକୁରଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ସେହିପରି ଓ୍ବାଶିଂଟନ ସୁନ୍ଦର ୧୦ ବଲରୁ ୧୦ ରନ କରି ସାମ କୁରାନଙ୍କ ବଲ୍‌ରେ ଧୋନୀଙ୍କୁ କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ପଞ୍ଚମ ଉଇକେଟରେ କୋହଲି ଓ ଶିବମ୍‌ ଦୁବେ ୩୪ ବଲରୁ ଅପରାଜିତ ୭୬ ରନ ସଂଗ୍ରହ କରି ଦଳକୁ ସମ୍ମାନଜନକ ସ୍କୋର ପ୍ରଦାନ କରିଥିଲେ। ଦୁବେ ୧୪ ବଲରୁ ୨ ଚୌକା ଓ ୧ ଛକା ସହ ୨୨ ରନ କରି ଅପରାଜିତ ରହିଥିଲେ। କୋହଲି ମଧ୍ୟ ଧୂଆଁଧାର ବ୍ୟାଟିଂ କରି ୫୨ଟି ବଲର ସମ୍ମୁଖୀନ ହୋଇ ୪ ଚୌକା ଓ ୪ ଛକା ସହ ୯୦ ରନ କରି ଅପରାଜିତ ରହିବା ସହ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ଏଥିସହ କୋହଲି ପୂରା ଫର୍ମକୁ ଫେରିବାର ସୂଚନା ଦେଇଛନ୍ତି। ଦୀର୍ଘଦିନ ପରେ ସେ ଆଶାନୁରୂପ ପ୍ରଦର୍ଶନ କରିବାକୁ ସକ୍ଷମ ହୋଇଛନ୍ତି। ବୋଲିଂରେ ଚେନ୍ନାଇ ତରଫରୁ ଠାକୁର ୨, ଚହର ଓ କୁରାନ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୦ ଓଭରରେ ୧୬୯/୪
(କୋହଲି- ୯୦*, ପଡିକାଲ- ୩୩, ଦୁବେ- ୨୨*, ସୁନ୍ଦର- ୧୦, ଠାକୁର- ୨/୪୦, ଚହର- ୧/୧୦, କୁରାନ- ୧/୪୮)।
ଚେନ୍ନାଇ ସୁପର କିଙ୍ଗ୍ସ ୨୦ ଓଭାରରେ୧୩୨/୮
(ରାୟୁଡୁ- ୪୨, ଜଗଦୀଶନ- ୩୩, ଧୋନୀ- ୧୦, ଓ୍ବାଟସନ-୧୪, ଚହଲ- ୧/ ୩୫, ମୋରିସ୍‌- ୩/୧୯, ସୁନ୍ଦର- ୨/୧୬, ଉଡାନା- ୧/୩୦ )।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri