ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ (DMU) ଟ୍ରେନ ଧକ୍କାରେ ଜଣେ ବୃଦ୍ଧଙ୍କର ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ବୈଶିଙ୍ଗା ଥାନା ମଲକଡି ଗ୍ରାମର ନିନା ସିଂହଙ୍କ ପୁଅ ରବି ସିଂହ (୬୦)

ବୁଧବାର ରାତି ପ୍ରାୟ ୮:୩୦ ସମୟରେ କୌଣସି କାରଣବଶତଃ ରେଳ ଲାଇନ ପାର ହେଉଥିଲେ। ସେହି ସମୟରେ ଟ୍ରେନ ଆସୁଥିବା ଜାଣି ନ ପାରିବାରୁ ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ ଟ୍ରେନ ତାଙ୍କୁ ଜୋରରେ ଧକ୍କା ଦେଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତାଙ୍କର ମୁଣ୍ଡ ଶରୀରରୁ ଅଲଗା ହୋଇଯାଇଥିଲା।

ଦୁର୍ଘଟଣା ପରେ ଟ୍ରେନ ଚାଳକ ତୁରନ୍ତ ଟ୍ରେନ ଅଟକାଇ ସ୍ଥାନୀୟ ଲୋକଙ୍କୁ ଏ ବିଷୟରେ ଅବଗତ କରାଇଥିଲେ। ଏହା ସହିତ ରେଳବାଇ ପୋଲିସ (GRP) କୁ ମଧ୍ୟ ଖବର ଦିଆଯାଇଥିଲା। ଖବର ପାଇ ମୃତ ରବିଙ୍କ ପରିବାର ବର୍ଗ ଓ ଗ୍ରାମବାସୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ।

ବାଲେଶ୍ୱର ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଜଣେ ବୟସ୍କ ବ୍ୟକ୍ତିଙ୍କର ଏଭଳି ଅକାଳ ବିୟୋଗ ପରେ ସ୍ଥାନୀୟ ଅଞ୍ଚଳରେ ଏବଂ ତାଙ୍କ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ରୁଆ-ବିହୁଡ଼ା ପୂର୍ବରୁ ମାଟି ମା’ଙ୍କ ଅନୁମତି ନେବାର ନିଆରା ପରମ୍ପରା: ଗାଁ ଗାଁରେ ଉତ୍ସାହ

ବୀରମହାରାଜପୁର, ୧୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଏଠାକାର ଚାଷୀଙ୍କ ଜୀବନ ଓ ଲୋକସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri