ମାତ୍ର ୩୭ ବର୍ଷ ବୟସରେ ଏହି ଅଭିନେତ୍ରୀଙ୍କ ପରଲୋକ

ଢାକା: ବାଂଲାଦେଶ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ଆସିଛି। ବାଂଲାଦେଶୀ ଅଭିନେତ୍ରୀ ହୁମାଇରା ହିମୁଙ୍କର ମାତ୍ର ୩୭ବର୍ଷ ବୟସରେ ଦେହାନ୍ତ ହୋଇଛି। ଖବର ଅନୁଯାୟୀ, ଅଭିନେତ୍ରୀ ମଙ୍ଗଳବାର ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଖବର ଅନୁଯାୟୀ, ହୁମାଇରା ହିମୁଙ୍କ ସ୍ବାସ୍ଥ୍ୟ ହଠାତ୍‌ ଖରାପ ହୋଇଗଲା, ପରେ ତାଙ୍କୁ ତୁରନ୍ତ ବାଂଲାଦେଶର ରାଜଧାନୀ ଢାକାସ୍ଥିତ ଉତରା ଆଧୁନିକ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଥିଲା, ଯେଉଁଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।
ଯଦିଓ ଅଭିନେତ୍ରୀଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ, କିନ୍ତୁ ଡାକ୍ତରଖାନା କର୍ତ୍ତୃପକ୍ଷ ଅଭିନେତ୍ରୀଙ୍କ ବେକରେ ଏକ ଚିହ୍ନ ଦେଖିଥିଲେ, ଏହା ପରେ ସେମାନେ ତୁରନ୍ତ ପୋଲିସକୁ ସୂଚନା ଦେଇଥିଲେ। ସେହି ସମୟରେ ଡାକ୍ତରଖାନାରେ ତାଙ୍କ ସହ ଉପସ୍ଥିତ ଥିବା ହୁମୁରାଙ୍କ ବନ୍ଧୁ ପୋଲିସ ପହଞ୍ଚିବା ପୂର୍ବରୁ ପଳାଇ ଯାଇଥିଲେ। ବର୍ତ୍ତମାନ ପୋଲିସ ତାଙ୍କୁ ଖୋଜୁଛି। ଅଭିନେତ୍ରୀଙ୍କ ହଠାତ ପରଲୋକ ହେତୁ ତାଙ୍କ ପରିବାର ଏବଂ ପ୍ରଶଂସକମାନେ ଚକିତ ହୋଇଯାଇଛନ୍ତି।
ସୂଚନାଯୋଗ୍ୟ,ଅଭିନେତ୍ରୀଙ୍କ ଜଣେ ପୁରୁଷଙ୍କ ସହ ପ୍ରେମ ସମ୍ପର୍କ ଥିବା ପୋଲିସ ଦାବି କରିଛି। ଦୁହିଁଙ୍କ ମଧ୍ୟରେ କିଛି ବିବାଦ ପରେ ହୁମାଇରା ଆତ୍ମହତ୍ୟା କରିଥାଇପାରନ୍ତି ବୋଲଇ ଅନୁମାନ କରାଯାଉଛି। ତେବେ ଏହାର କୌଣସି ଦୃଢ ପ୍ରମାଣ ଏପର୍ଯ୍ୟନ୍ତ ମିଳିନାହିଁ। ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ଅଭିନେତ୍ରୀଙ୍କ ମତ୍ୟୁର ପ୍ରକୃତ କାରଣ ଜଣାପଡିବ। ବର୍ତ୍ତମାନ ପୋଲିସ ଏହି ଘଟଣାର ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri