Posted inଖେଳ

ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ବାଂଲାଦେଶ

ହାମିଲଟନ,୧୪।୩: ଚଳିତ ମହିଳା ଦିନିକିଆ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ବାଂଲାଦେଶ ୯ ରନ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏହା ମହିଳା ବାଂଲାଦେଶ ଦଳ ପାଇଁ ବିଶ୍ୱକପ୍‌ ଇତିହାସରେ ପ୍ରଥମ ବିଜୟ। ଅନ୍ୟପକ୍ଷରେ ପାକିସ୍ତାନ ଲାଗି ଏହା ବିଶ୍ୱକପ୍‌ରେ କ୍ରମାଗତ ୧୮ତମ ପରାଜୟ।

୨୩୫ ରନ୍‌ର ପିଛା କରୁଥିବା ପାକିସ୍ତାନ ଓପନର ସିଦରା ଆମିନ (୧୦୪)ଙ୍କ ଶତକ ସତ୍ତ୍ୱେ ବିଜୟ ଲକ୍ଷ୍ୟଠାରୁ ୧୦ ରନ୍‌ ପଛରେ ରହିଯାଇଥିଲା। ଆମିନ ଏବଂ ନାହିଦା ଖାନ(୪୩)ଙ୍କ ଓପନିଂ ଯୋଡ଼ି ୯୧ ରନ୍‌ କରିଥିଲେ। ଦଳ ଏକଦା ୧୮୩ ରନ୍‌ରେ ୨ ଉଇକେଟ ହରାଇ ପାକିସ୍ତାନ ଅତ୍ୟନ୍ତ ସୁବିଧା ସ୍ଥିତିରେ ଥିଲା। କିନ୍ତୁ ଦଳ ୫ ରନ୍‌ ମଧ୍ୟରେ ୫ ଉଇକେଟ ପଡ଼ିଯିବାରୁ ଦିଗହରା ହୋଇଯାଇଥିଲା ପାକିସ୍ତାନର ଇନିଂସ। ଶେଷରେ ଦଳ ୯ ଉଇକେଟ ହରାଇ ୨୨୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

ମୁମ୍ବାଇ ଇଣ୍ଡିଆନ୍ସ ସହ ଗୁଜରାଟ ଟାଇଟାନ୍ସକୁ ବି ଡୁବେଇଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପୂର୍ବତନ କ୍ରିକେଟର୍‌ ଆଣିଲେ ଅଭିଯୋଗ

ନୂଆଦିଲ୍ଲୀ,୧୮।୪: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ଆଇପିଏଲ ୨୦୨୨ ଜିତିଥିଲା। ଏହା ପରେ, ଗୁଜରାଟ ଆଇପିଏଲ ୨୦୨୩ରେ ରନର୍‌ ଅପ୍‌ ହୋଇଥିଲା। କିନ୍ତୁ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri