ଛାତ୍ରନେତାଙ୍କ ଚାପରେ ଇସ୍ତଫା ଦେଲେ ବାଂଲାଦେଶ ପ୍ରଧାନ ବିଚାରପତି

ଢାକା,୧୦ା୮: ବାଂଲାଦେଶର ସର୍ବୋଚ୍ଚ ଅଦାଲତର ପ୍ରଧାନ ବିଚାରପତି ଓବାଇଡୁଲ ହାସନ ସୁପ୍ରିମକୋର୍ଟକୁ ଘେରି ରହିଥିବା ବିରୋଧକାରୀଙ୍କ ତୀବ୍ର ଚାପରେ ଇସ୍ତଫା ଦେବାକୁ ରାଜି ହୋଇଥିବା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି।

ଢାକା ଟ୍ରିବ୍ୟୁନ୍ ରିପୋର୍ଟ କରିଛି ଯେ ୬୫ ବର୍ଷୀୟ ବିଚାରପତି ସନ୍ଧ୍ୟାରେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନଙ୍କ ସହ ପରାମର୍ଶ କରିବା ପରେ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିବେ।

ସୁପ୍ରିମକୋର୍ଟର ଉଭୟ ବିଭାଗର ସମସ୍ତ ବିଚାରପତିଙ୍କ ସହ ହାସନ ସମ୍ପୂର୍ଣ୍ଣ କୋର୍ଟ ବୈଠକ ଡାକିବା ପରେ ଏହି ବିରୋଧ ଆରମ୍ଭ ହୋଇଥିଲା। ବିକ୍ଷୋଭକାରୀ ଛାତ୍ରମାନେ ପୂର୍ଣ୍ଣ ଅଦାଲତର ବୈଠକକୁ ନ୍ୟାୟିକ ଜବରଦଖଲ ଭାବରେ ଦେଖି ହାଇକୋର୍ଟ ପରିସରରେ ଅବରୋଧ ଘୋଷଣା କରିଥିଲେ।

ଛାତ୍ରମାନଙ୍କର ଆକ୍ରୋଶ ଦେଖି ପ୍ରଧାନ ବିଚାରପତି ହାସନ ବୈଠକକୁ ଘୁଞ୍ଚାଇ ଦେଇଥିଲେ ଏବଂ ପରେ ଇସ୍ତଫା ଦେବାକୁ ରାଜି ଥିବା କହିଥିଲେ। ଗଲା ବର୍ଷ ହାସନଙ୍କୁ ନିଯୁକ୍ତି ମିଳିଥିଲା, ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହିତ ତାଙ୍କର ସମ୍ପର୍କ ଖୁବ ଭଲ ବୋଲି କୁହାଯାଏ। ତେବେ ଆନ୍ଦୋଳନରତ ଛାତ୍ରମାନେ ତାଙ୍କୁ ଇସ୍ତଫା ଦେବା ପାଇଁ ଏକ ଘଣ୍ଟାର ଅଲଟିମେଟମ୍ ଦେଇଥିଲେ।

ଅର୍ଥ ମନ୍ତ୍ରଣାଳୟର ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ଗଣମାଧ୍ୟମକୁ କହିଛନ୍ତି ଯେ ବାଂଲାଦେଶ ବ୍ୟାଙ୍କ ଗଭର୍ଣ୍ଣର ଅବଦୁର ରୁଫ ତାଲୁକର ମଧ୍ୟ ଇସ୍ତଫା ଦେଇଛନ୍ତି କିନ୍ତୁ ଏହି ପଦବୀକୁ ଗୁରୁତ୍ୱ ଦେଇ ତାଙ୍କ ଇସ୍ତଫା ଗ୍ରହଣ କରାଯାଇ ନାହିଁ। କିଛି ଦିନ ପୂର୍ବରୁ ଚାରିଜଣ ଡେପୁଟି ଗଭର୍ଣ୍ଣର ଦୁର୍ନୀତିରେ ଲିପ୍ତ ଥିବା ୩୦୦ ରୁ ୪୦୦ ବ୍ୟାଙ୍କ ଅଧିକାରୀଙ୍କ ଅଭିଯୋଗରେ ଇସ୍ତଫା ଦେବାକୁ ବାଧ୍ୟ ହୋଇଥିଲେ।

ଦେଶରେ ସଂରକ୍ଷଣକୁ ବିରୋଧକରି ଛାତ୍ରମାନଙ୍କର ଆନ୍ଦୋଳନ ପରେ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇଛି। ଯେଉଁଥିରେ ଅନେକ ପୋଲିସ କର୍ମଚାରୀଙ୍କ ସମେତ ୪୫୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଯେଉଁଠି ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଦୋଷୀ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?