Posted inଖେଳ

ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା

ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍‌ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି କାରଣରୁ ଆସନ୍ତା ୩ ମ୍ୟାଚରୁ ବାସନ୍ଦ ହୋଇଛନ୍ତି ଆଇସିସି ଦିନିକିଆ କ୍ରିକେଟର ଶୀର୍ଷ ର଼୍ୟାଙ୍କଧାରୀ ଅଲରାଉଣ୍ଡର। ଏଥି ସହ ତାଙ୍କ ଉପରେ ୫ ଲକ୍ଷ ଟାକାର ଜରିମାନା ଲଗାଯାଇଛି। ଭାରତୀୟ ମୂଦ୍ରାରେ ଏହାର ମୂଲ୍ୟ ୪.୩୧ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ।

ଚଳିତ ବଙ୍ଗବନ୍ଧୁ ଢାକା ପ୍ରିମିୟର ଡିଭିଜନ ଟି୨୦ ଟୁର୍ନାମେଣ୍ଟରେ ଶୁକ୍ରବାର ଖେଳାଯାଇଥିବା ଆବାହାନୀ ଲିମିଟେଡ୍‌ ବିପକ୍ଷ ମ୍ୟାଚ୍‌ରେ ମହମ୍ମେଦାନ ସ୍ପୋର୍ଟିଂ କ୍ଲବର ନେତୃତ୍ୱ ନେଇଥିଲେ ୩୪ ବର୍ଷୀୟ ଶାକିବ। ସେ ବୋଲିଂ କରୁଥିବାବେଳେ ବ୍ୟାଟ୍ସମ୍ୟାନଙ୍କ ବିରୋଧରେ ଏଲବିଡବ୍ଲ୍ୟୁ ଅପିଲ କରିଥିଲେ, ଯାହାକୁ ନାକଚ କରି ଦେଇଥିଲେ ଅମ୍ପାୟର। ଉତ୍ତ୍ୟକ୍ତ ହୋଇ ଉଇକେଟକୁ ଗୋଇଠା ମାରିବା ସହ ଅମ୍ପାୟରଙ୍କ ଗାଳି ଗୁଲଜ କରିଥିଲେ। ଏହାପରେ ବର୍ଷା କାରଣରୁ ମ୍ୟାଚ୍‌କୁ ସ୍ଥଗିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଅମ୍ପାୟର। ଏଥିରେ ଆପତ୍ତି ଉଠାଇ ଉଇକେଟ ଓପାଡ଼ି ଫଲ୍ଡରେ କଚାଡ଼ି ଦେଇଥିଲେ ଶାକିବ। ଅବଶ୍ୟ ପରେ ସୋସିଆଲ ମିଡିଆ ଜରିଆରେ କ୍ଷମାପ୍ରାର୍ଥନା କରିଥିଲେ ବାଂଲାଦେଶର ପୂର୍ବତନ ଅଧିନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri