ବାଂଲାଦେଶରେ ବିଜୁଳି ସଙ୍କଟ: ସପ୍ତାହରେ ୨ ଦିନ ବନ୍ଦ ରହିବ ସ୍କୁଲ, କାର୍ଯ୍ୟାଳୟ ସମୟରେ ହେବ ପରିବର୍ତ୍ତନ

ଢାକା,୨୩ ।୮: ବାଂଲାଦେଶରେ ଆର୍ଥିକ ସଙ୍କଟ ବେଳକୁ ବେଳ ବଢିବାରେ ଲାଗିଛି । ମହଙ୍ଗା ମାଡରେ ଉବୁଟୁବୁ ହେଉଥିବା ଜନତାଙ୍କୁ ଏବେ ବିଜୁଳିବି ମିଳିବା କଷ୍ଟକର ହୋଇ ପଡିଛି । ଏଥିପାଇଁ ସରକାର ବିଜୁଳି ବଞ୍ଚାଇବାକୁ ଏକ ନୂଆ ପଦକ୍ଷେପ ନେଇଛନ୍ତି । ଏବେ ସ୍କୁଲ ଓ କଲେଜ ସମୟରେ ପରିବର୍ତ୍ତନ କରିବାକୁ ସରକାର ସ୍ଥିର କରିଛନ୍ତି । ପ୍ରଥମେ ଦେଶରେ ପେଟ୍ରୋଲ-ଡିଜେଲର ଅଭାବ ପରିଲକ୍ଷିତ ହୋଇଥିବା ବେଳେ ଡିଜେଲରେ ଚାଲୁଥିବା ପାୱାର ପ୍ଲାଣ୍ଟକୁ ଏବେ ବନ୍ଦ କରି ଦିଆଯାଇଛି ।
ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ଇନ୍ଧନ ଉପରେ ଏହାର ପ୍ରଭାବ ପଡିବାରୁ ବାଂଲାଦେଶରେ ଥିବା ସମସ୍ତ ୧୦ଟି ଡିଜେଲ ପାୱାର ପ୍ଲାଣ୍ଟକୁ ବନ୍ଦ କରି ଦିଆଯାଇଛି । ଗତ ମାସରେ ବିଜୁଳି ସଙ୍କଟ ଯୋଗୁ ଅଧିକାଂଶ ଅଞ୍ଚଳ ଅନ୍ଧାରରେ ରହୁଥିବା ବେଳେ କିଛି ଅଞ୍ଚଳରେ ଦିନକୁ ୨ ଘଣ୍ଟା ବିଜୁଳି କଟାଯାଉଥିଲା ।
ଏବେ ବିଜୁଳି ବଞ୍ଚାଇବାକୁ ଶେଖ ହସିନା ସରକାର ସପ୍ତାହରେ ୨ ଦିନ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । କେବଳ ସେତିକି ନୁହେଁ ସମସ୍ତ ସରକାରୀ କାର୍ଯ୍ୟାଳୟର ସମୟରେ ବି ପରିବର୍ତ୍ତନ କରାଯାଇଛି । ସମସ୍ତ ସରକାରୀ କାର୍ଯ୍ୟାଳୟ ଏଣିକି ସକାଳ ୮ଟାରୁ ୩ଟା ପର୍ଯ୍ୟନ୍ତ ଖୋଲା ରହିବ । ସେହିପରି ସମସ୍ତ ବ୍ୟାଙ୍କ ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଖୋଲା ରହିବ । ତେବେ ଘରୋଇ କାର୍ଯ୍ୟାଳୟ ଗୁଡିକ ସେମାନଙ୍କ ଆବଶ୍ୟକତା ଅନୁଯାୟୀ ସମୟ ନିର୍ଦ୍ଧାରଣ କରିବେ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?