୩୬ ଘଣ୍ଟା ପରେ ବି ଜଳୁଛି ନିଆଁ

ଢାକା,୬।୬: ବାଂଲାଦେଶର ଦକ୍ଷିଣପୂର୍ବାଞ୍ଚଳରେ ଥିବା ଏକ ଘରୋଇ ରାସାୟନିକ କଣ୍ଟେନର ଡିପୋରେ ବିସ୍ଫୋରଣ ଘଟି ବର୍ତ୍ତମାନ ସୁଦ୍ଧା ୪୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩୫୦ ଜଣଙ୍କୁ ଚିଟ୍ଟାଗ୍ରାମ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ବିସ୍ଫୋରଣ ଘଟଣାରେ ଦୁଃଖପ୍ରକାଶ କରିବା ସହ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଘଟଣାର ୩୬ ଘଣ୍ଟା ପରେ ମଧ୍ୟ ଡିପୋରେ ଥିବା କିଛି କଣ୍ଟେନର ଏବେ ବି ଜଳୁଛି। ଏନେଇ ଘଟଣାସ୍ଥଳରେ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ଏପରି କି ଉଦ୍ଧାରକାରୀ ଟିମ୍‌ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନ କରୁଛନ୍ତି।

ପୋଲିସ ସୂଚନା ମୁତାବକ, ଚିଟ୍ଟାଗଙ୍ଗର ସୀତାକୁଣ୍ଡ ଉପଜିଲା ଅନ୍ତର୍ଗତ କଦମରସୁଲ ଅଞ୍ଚଳରେ ଥିବା ବିଏମ୍‌ ଡିପୋରେ ରାସାୟନିକ ଭର୍ତ୍ତି ଏକ କଣ୍ଟେନରରେ ବିସ୍ଫୋରଣ ହୋଇଥିଲା। ସଙ୍ଗେ ସଙ୍ଗେ ସମ୍ପୂର୍ଣ୍ଣ ଡିପୋକୁ ନିଆଁ ବ୍ୟାପିଯାଇଥିଲା। ସେଠାରେ ପ୍ରାୟ ୪,୦୦୦ କଣ୍ଟେନର ଥିବାବେଳେ ସେଥିରୁ ଅଧିକାଂଶରେ ବିଦେଶକୁ ରପ୍ତାନି ହେବା ଲାଗି ପୋଷାକ ଭର୍ତ୍ତି ହୋଇଥିଲା। ନିଆଁ ବ୍ୟାପିବା ସହ ରାସାୟନିକ ଭର୍ତ୍ତି ହୋଇଥିବା ଅନ୍ୟ କଣ୍ଟେନରଗୁଡ଼ିକରେ ମଧ୍ୟ ବିସ୍ଫୋରଣ ହୋଇଥିଲା। ଫଳରେ ନିଆଁ ଲିଭାଇବାକୁ ଯାଇଥିବା ୯ଜଣ ଅଗ୍ନିଶମ କର୍ମଚାରୀ ଏବଂ ଖବର ସଂଗ୍ରହ ପାଇଁ ଉପସ୍ଥିତ ଥିବା କିଛି ସାମ୍ବାଦିକ ଜଳିଯାଇଥିଲେ। ପୋଡ଼ିଯାଇଥିବା ମୃତଦେହଗୁଡ଼ିକର ଡିଏନ୍‌ଏ ପ୍ରୋଫାଇଲିଂ ପରେ ପରିବାରକୁ ହସ୍ତାନ୍ତର କରାଯିବ। ମୃତକଙ୍କ ପରିବାରକୁ ୫୦,୦୦୦ ଏବଂ ଆହତଙ୍କୁ ୨୦,୦୦୦ ଟାକା ଲେଖାଏ ଦିଆଯାଉଥିବା ଚିଟ୍ଟୋଗ୍ରାମ ଡିଭିଜନାଲ କମିଶନର ଅଶ୍ରଫ ଉଦ୍ଦିନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri