ବାଂଲାଦେଶ ଫେରିବା ନେଇ ଶେଖ୍ ହାସିନାଙ୍କ ବଡ଼ ବୟାନ, ମୃତ୍ୟୁ ମଧ୍ୟ ଗ୍ରହଣୀୟ କିନ୍ତୁ….

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା କ୍ଷମତା ଯିବା ପରଠାରୁ ଅର୍ଥାତ୍ ଅଗଷ୍ଟ ୨୦୨୪ରୁ ଭାରତରେ ରହି ଆସୁଛନ୍ତି । ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବର ସୁଦ୍ଧା ତାଙ୍କ ଦେଶକୁ ଫେରିବାକୁ ଚାହାଁନ୍ତି । ସେ ଏହା ମଧ୍ୟ ସ୍ୱୀକାର କରିଛନ୍ତି ଯେ, ସେସମ୍ପୂର୍ଣ୍ଣ ସଚେତନ ଅଛନ୍ତି ଯେ ତାଙ୍କ ଫେରିବା ପରେ, ସେ ଗିରଫ, ଜେଲଦଣ୍ଡ କିମ୍ବା ତାଙ୍କ ଜୀବନ ପ୍ରତି ବିପଦର ସମ୍ମୁଖୀନ ହୋଇପାରନ୍ତି, ତଥାପି ସେ ଫେରିଯିବାକୁ ସ୍ଥିର ରହିଛନ୍ତି ।

ଏକ ସାକ୍ଷାତକାରରେ, ୭୮ ବର୍ଷୀୟ ଶେଖ୍ ହାସିନା ଇମେଲ୍ ମାଧ୍ୟମରେ ପ୍ରଶ୍ନର ଉତ୍ତର ଦେଇଥିଲେ । ସେ କହିଥିଲେ ଯେ ତାଙ୍କ ସାମ୍ନାରେ ଥିବା ସମସ୍ତ ବିପଦ ବିଷୟରେ ଅବଗତ । ସେ କହିଥିଲେ, “ମୋତେ ହତ୍ୟା କରାଯାଇପାରେ। ମୋତେ ଗିରଫ କରାଯାଇପାରେ। ମୋତେ ଜେଲଦଣ୍ଡ ଦିଆଯାଇପାରେ। ମୁଁ ମୋର ଭାଗ୍ୟ ବିଷୟରେ ସମ୍ପୂର୍ଣ୍ଣ ଅବଗତ। ତଥାପି, ମୁଁ ଫେରିବାକୁ ଚାହୁଁଛି କାରଣ ମୋ ଲୋକମାନେ ମୋତେ ଡାକୁଛନ୍ତି।”

ଅଗଷ୍ଟ ୨୦୨୪ରେ ଛାତ୍ର ନେତୃତ୍ୱାଧୀନ ଏକ ବିଶାଳ ଆନ୍ଦୋଳନ ପରେ ଶେଖ ହାସିନାଙ୍କ ୧୫ ବର୍ଷର ସରକାରର ପତନ ଘଟିଥିଲା। ଅଶାନ୍ତି ସମୟରେ, ପ୍ରଦର୍ଶନକାରୀମାନେ ତାଙ୍କ ସରକାରୀ ବାସଭବନ ଉପରେ ଆକ୍ରମଣ କରିଥିଲେ, ଯାହା ଫଳରେ ସେ ହେଲିକପ୍ଟର ଯୋଗେ ଭାରତ ପଳାଇ ଆସିଥିଲେ। ଜାତିସଂଘ ଅନୁଯାୟୀ, ସରକାର ବିରୋଧୀ ଆନ୍ଦୋଳନ ଏବଂ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ସମୟରେ ପ୍ରାୟ ୧,୪୦୦ ଲୋକ ପ୍ରାଣ ହରାଇଥିଲେ। ନଭେମ୍ବର ୨୦୨୪ରେ, ଢାକାର ଏକ କୋର୍ଟ ଶେଖ ହାସିନାଙ୍କୁ ମାନବତା ବିରୋଧୀ ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁଦଣ୍ଡ ଦେଇଥିଲେ। ତଥାପି, ଶେଖ ହାସିନା ଏହି ରାୟକୁ ସ୍ପଷ୍ଟ ଭାବରେ ପ୍ରତ୍ୟାଖ୍ୟାନ କରିଥିଲେ, ଏହାକୁ ଏକ ଆଇନଗତ ପ୍ରକ୍ରିୟାର ରୂପରେ ରାଜନୈତିକ ପ୍ରତିଶୋଧର କାର୍ଯ୍ୟ ବୋଲି ବର୍ଣ୍ଣନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?