Posted inଜାତୀୟ

ବାଂଲାଦେଶ ଘଟଣାକୁ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, ଭାଜପାକୁ ନେଇ କହିଦେଲେ ଏମିତି

କୋଲକାତା,୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ବାଂଲାଦେଶ ବିବାଦକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ମମତା କହିଛନ୍ତି, ବାଂଲାଦେଶ ସମସ୍ୟାର ମୁକାବିଲା ପାଇଁ ଭାରତ ସରକାର ନିଷ୍ପତ୍ତି ନେବେ। ସେ କହିଛନ୍ତି, ଉତ୍ତେଜନାମୂଳକ ମନ୍ତବ୍ୟ ନ ଦେବା ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ନିକଟରେ ଏକ ନିବେଦନ ରହିଛି, ଯାହା ଦ୍ୱାରା ବଙ୍ଗଳା କିମ୍ବା ଦେଶରେ ଶାନ୍ତି ଭଙ୍ଗ କରିପାରେ।

ମମତା କହିଛନ୍ତି, କିଛି ଭାଜପା ନେତା ଏହା ଉପରେ ମନ୍ତବ୍ୟ ଦେଇସାରିଛନ୍ତି। ଏହା କରାଯିବା ଉଚିତ୍‌ ନୁହେଁ। ସାମ୍ପ୍ରଦାୟିକ ସୋହାର୍ଦ୍ଦ୍ୟ ରକ୍ଷା କରିବାକୁ ଆବେଦନ କରି ସେ କହିଛନ୍ତି, ମୁଁ ବଙ୍ଗଳାବାସୀଙ୍କୁ ନିବେଦନ କରୁଛି ଯେ କୌଣସି ପ୍ରକାର ଗୁଜବ ପ୍ରତି ଧ୍ୟାନ ଦିଅନ୍ତୁ ନାହିଁ, ଏହା ଦୁଇ ଦେଶ ମଧ୍ୟରେ ମାମଲା, କେନ୍ଦ୍ର ସରକାର ଯେଉଁ ନିଷ୍ପତ୍ତି ନେବେ ଆମେ ଏହାକୁ ସମର୍ଥନ କରିବୁ ।

ଗତ ମାସରେ କୋଲକାତାରେ ଅନୁଷ୍ଠିତ ଏକ ରାଲିରେ ମମତା ବାଂଲାଦେଶରୁ ଆସିଥିବା ଶରଣାର୍ଥୀଙ୍କୁ ଆଶ୍ରୟ ଦେବା ବିଷୟରେ କହିଥିଲେ। ଯାହାକୁ ନେଇ ରାଜନୀତି ଗରମ ରହିଥିଲା। ସେ କହିଥିଲେ, ମୁଁ ବାଂଲାଦେଶ ବିଷୟରେ କିଛି କହି ପାରିବି ନାହିଁ, କାରଣ ଏହା ଏକ ଅଲଗା ଦେଶ। ଭାରତ ସରକାର ଏହା ବିଷୟରେ କହିବେ, କିନ୍ତୁ ଯଦି ବାଂଲାଦେଶର ଅସହାୟ ଲୋକମାନେ ବଙ୍ଗଳାର କବାଟ ବାଡେଇବେ, ତେବେ ଆମେ ସେମାନଙ୍କୁ ଆଶ୍ରୟ ଦେବୁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri