ବାଂଲାଦେଶ କରୁଛି ବଡ଼ ଯୁଦ୍ଧ ପ୍ରସ୍ତୁତି, ଜାଣନ୍ତୁ କାହାସହ?

ଢାକା, ୩୦।୪: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ବାଂଲାଦେଶ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବା ରିପୋର୍ଟ ପ୍ରକାଶ ପାଇଛି। ଏକ ସାମ୍ପ୍ରତିକ ଖବର ଅନୁଯାୟୀ, ବାଂଲାଦେଶ ସେନା ମୁଖ୍ୟ ଜେନେରାଲ ଓାକାର ଉଜ ଜମାନ ନିକଟରେ ଅନେକ ସେନା ଅଧିକାରୀଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକରେ ବାଂଲାଦେଶ ସେନା ମିଆଁମାର ସୈନ୍ୟବାହିନୀ ବିରୋଧରେ ଆରାକାନ ଆର୍ମୀର ସାମରିକ ଅଭିଯାନକୁ ସମର୍ଥନ କରିବା ପାଇଁ ଲଜିଷ୍ଟିକ ଓ ସାମଗ୍ରୀ ସହାୟତା ଯୋଗାଇବାର ଯୋଜନା ଉପରେ ଆଲୋଚନା ହୋଇଥିବା ଜଣାପଡିଛି।

ରିପୋର୍ଟ ଅନୁଯାୟୀ, ବାଂଲାଦେଶର ବରିଷ୍ଠ ସେନା ଅଧିକାରୀମାନେ ଆରାକାନ ଆର୍ମୀକୁ ସମର୍ଥନ କରିବା ପାଇଁ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହା ଭାରତ ପାଇଁ ଚିନ୍ତାର କାରଣ ହୋଇପାରେ ବୋଲି ବିଶ୍ଲେଷକମାନେ ମତ ଦେଇଛନ୍ତି, କାରଣ ଏହା ଦକ୍ଷିଣ ଏସିଆରେ ଭୂ-ରାଜନୈତିକ ସ୍ଥିତିକୁ ଆହୁରି ଜଟିଳ କରିପାରେ। ଏକ ସୂଚନା ଅନୁଯାୟୀ, ବାଂଲାଦେଶର ଏହି ପଦକ୍ଷେପ ଆଞ୍ଚଳିକ ରାଜନୀତି ଏବଂ ମିଆଁମାରରେ ଚାଲିଥିବା ଅଶାନ୍ତି ସହ ଜଡିତ। ତେବେ, ଏହି ରିପୋର୍ଟ ସମ୍ପର୍କରେ ବାଂଲାଦେଶ ସରକାର ବା ସେନା ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ବିବୃତି ଜାରି ହୋଇନାହିଁ।

ବର୍ତ୍ତମାନ ଭାରତ ଓ ପାକିସ୍ତାନ ମଧ୍ୟରେ ଜମ୍ମୁ ଓ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଉତ୍ତେଜନା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର ଏହି ପ୍ରସ୍ତୁତି ଆଞ୍ଚଳିକ ସ୍ଥିରତା ଉପରେ ପ୍ରଭାବ ପକାଇପାରେ ବୋଲି ଆଶଙ୍କା କରାଯାଉଛି। ଆଗକୁ ଏହି ଘଟଣାକ୍ରମ କିପରି ଆଗେଇବ, ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri