ଭାରତକୁ ଧମକ ଦେଲା ବାଂଲାଦେଶ, କହିଲା ବଡ଼ ଭାଇ ହେବାକୁ ଚେଷ୍ଟା କରନାହିିଁ, ନହେଲେ…

ଢାକା,୧୮।୨: ବାଂଲାଦେଶରେ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ କ୍ଷମତାର ପତନ ପରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ବହୁତ ଉତ୍ତେଜନା ଦେଖାଦେଇଛି ଏବଂ ପରିସ୍ଥିତି ନିରନ୍ତର ଖରାପ ହେବାରେ ଲାଗିଛି। ବର୍ତ୍ତମାନ, ବାଂଲାଦେଶ ଗଠନ ହେବା ପରଠାରୁ ଭାରତର ଯେଉଁ ଦେଶ ସହିତ ବହୁତ ଭଲ ସମ୍ପର୍କ ଥିଲା, ଏବେ ସେହି ଦେଶ ସହିତ ମଧ୍ୟ ମତଭେଦ ଆରମ୍ଭ ହୋଇଛି। ମହମ୍ମଦ ୟୁନୁସ୍‌ଙ୍କ ନେତୃତ୍ୱାଧୀନ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ପାକିସ୍ତାନ ଏବଂ ଚାଇନା ଆଡ଼କୁ କ୍ରମଶଃ ଢଳୁଥିବା ଦେଖାଯାଉଛି। ଯାହା ଭାରତ ପାଇଁ ଏକ ପ୍ରମୁଖ ରଣନୈତିକ ଚିନ୍ତାର ବିଷୟ ପାଲଟିଛି।

ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଦଳ ବାଂଲାଦେଶ ନ୍ୟାସନାଲ ପାର୍ଟି (BNP)ର ସାଧାରଣ ସମ୍ପାଦକ ମିର୍ଜା ଫଖରୁଲ ଇସଲାମ ଆଲମଗିର ସୋମବାର (ଫେବୃଆରୀ ୧୭)ରେ କହିଛନ୍ତି ଯେ ଯଦି ଭାରତ ବାଂଲାଦେଶ ସହିତ ସମ୍ପର୍କ ଉନ୍ନତ କରିବାକୁ ଚାହୁଁଛି, ତେବେ ଏହାକୁ ତିନୋଟି ସର୍ତ୍ତରେ ରାଜି ହେବାକୁ ପଡିବ।

ମିର୍ଜା ଫଖରୁଲ ଇସଲାମ ଲାଲମୋନିରହାଟରେ ଏକ ସମାବେଶକୁ ସମ୍ବୋଧିତ କରି କହିଛନ୍ତ, ଆମେ ଭାରତକୁ ସ୍ପଷ୍ଟ କରିବାକୁ ଚାହୁଁଛୁ ଯେ ଯଦି ବାଂଲାଦେଶର ଲୋକଙ୍କ ସହିତ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛ, ତେବେ ଭାରତକୁ ତିସ୍ତା ନଦୀ ଜଳରେ ଆମର ପୂର୍ଣ୍ଣ ଅଂଶ ଆମକୁ ଦେବାକୁ ପଡିବ। ସେମାନେ ସୀମାରେ ଆମ ଲୋକଙ୍କ ଉପରେ ଗୁଳି ଚଳାଇବା ବନ୍ଦ କରିବା ଉଚିତ ଏବଂ ଆମ ପ୍ରତି ସେମାନଙ୍କର ବଡ଼ ଭାଇ ମନୋଭାବ ପରିତ୍ୟାଗ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri