ବାଂଲାଦେଶ ମୁହାଁଇପାରେ ବାତ୍ୟା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଡିପ୍ରେସନ(ଅବପାତ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହେବ। ୨୪ ତାରିଖରେ ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୋଡ଼ ବଦଳାଇ ଭୟଙ୍କର ସାମୁଦ୍ରିକ ଝଡ଼ରେ ରୂପାନ୍ତରିତ ହେବ। ଏହା ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ତେବେ ଏହି ବାତ୍ୟା ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଆଡ଼କୁ ମୁହାଁଇବ। ୨୫ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଓଡ଼ିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡ଼ିବ ନାହିଁ। ଏହା ଓଡ଼ିଶା ଉପକୂଳ ଛୁଇଁବାର ମଧ୍ୟ ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି। ତେବେ ବାତ୍ୟାର ବେଗ କେତେ ହେବ ଅବପାତରେ ପରିଣତ ହେବା ପରେ ଅଧିକ ସ୍ପଷ୍ଟ ହେବ। ସାମୁଦ୍ରିକ ଝଡ଼ ପ୍ରଭାବରେ ଉପକୂଳବର୍ତ୍ତୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାରେ ୨୪ ଓ ୨୫ ତାରିଖ ଦୁଇଦିନ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।
ବାତ୍ୟା ପ୍ରଭାବରେ ୨୧ ତାରିଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ। ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବାକୁ ସତର୍କ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତା ୨୩ ତାରିଖ ବେଳକୁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ୪୦ରୁ ୫୦ କି.ମି. ବେଗରେ ବହିବା ଆରମ୍ଭ କରିବ। ଧୀରେ ଧୀରେ ପବନର ବେଗ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri