ବାଂଲାଦେଶ ମୁହାଁଇପାରେ ବାତ୍ୟା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଡିପ୍ରେସନ(ଅବପାତ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହେବ। ୨୪ ତାରିଖରେ ଏହା ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ମୋଡ଼ ବଦଳାଇ ଭୟଙ୍କର ସାମୁଦ୍ରିକ ଝଡ଼ରେ ରୂପାନ୍ତରିତ ହେବ। ଏହା ପରେ ବାତ୍ୟା ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ତେବେ ଏହି ବାତ୍ୟା ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ନାହିଁ। ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଆଡ଼କୁ ମୁହାଁଇବ। ୨୫ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଓଡ଼ିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡ଼ିବ ନାହିଁ। ଏହା ଓଡ଼ିଶା ଉପକୂଳ ଛୁଇଁବାର ମଧ୍ୟ ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି। ତେବେ ବାତ୍ୟାର ବେଗ କେତେ ହେବ ଅବପାତରେ ପରିଣତ ହେବା ପରେ ଅଧିକ ସ୍ପଷ୍ଟ ହେବ। ସାମୁଦ୍ରିକ ଝଡ଼ ପ୍ରଭାବରେ ଉପକୂଳବର୍ତ୍ତୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାରେ ୨୪ ଓ ୨୫ ତାରିଖ ଦୁଇଦିନ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।
ବାତ୍ୟା ପ୍ରଭାବରେ ୨୧ ତାରିଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ। ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବାକୁ ସତର୍କ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତା ୨୩ ତାରିଖ ବେଳକୁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ୪୦ରୁ ୫୦ କି.ମି. ବେଗରେ ବହିବା ଆରମ୍ଭ କରିବ। ଧୀରେ ଧୀରେ ପବନର ବେଗ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri