Posted inଖେଳ

ଆଜିଠୁ ବାଂଲାଦେଶ ଦିନିକିଆ ସିରିଜ୍‌

ମୀରପୁର,୪ା୧୨(ପି.ଟି.): ଭାରତ ଓ ବାଂଲାଦେଶ ମଧ୍ୟରେ ଦିନିକିଆ ସିରିଜ ରବିବାରଠାରୁ ଆରମ୍ଭ ହେବ। ଏହି ସିରିଜ୍‌ରେ ଭାରତୀୟ ଦଳ ନିଜର ବ୍ୟାଟିଂ ଲାଇନ୍‌ଅପ୍‌ ସୁଧାରିବା ଲକ୍ଷ୍ୟରେ ରହିବ। ଘରୋଇ ପରିବେଶରେ ବାଂଲାଦେଶ ବିଶ୍ୱର ଅନ୍ୟତମ ବିପଜ୍ଜନକ ଦଳ। ରବିବାର ମୀରପୁରରେ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ୨୦୨୩ ବିଶ୍ୱକପ ପାଇଁ ଉଭୟ ଦଳ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ ଦଳ ସଜାଡ଼ିବାକୁ ପ୍ରୟାସ କରିବ ରୋହିତ ଶର୍ମାଙ୍କ ଭାରତ। ନ୍ୟୁଜିଲାଣ୍ଡ ସିରିଜରେ ଭାରତୀୟ ଦଳର ବିଫଳତା ପରେ କ୍ରିକେଟ ଫ୍ୟାନଙ୍କ ନଜର ଏହି ସିରିଜ ଉପରେ ରହିଛି। ରୋହିତ ଶର୍ମାଙ୍କ ସହିତ ଦ୍ୱିତୀୟ ଓପନିଂ ସ୍ଥାନ ପାଇଁ ଶିଖର ଧାଓ୍ବନ ଓ ଲୋକେଶ ରାହୁଲଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ରହିବ। ବିଗତ କିଛି ସିରିଜରେ ଧାଓ୍ବନ ବଢିଆ ଫର୍ମରେ ରହିଥିବା ବେଳେ ରାହୁଲଙ୍କ ରେକର୍ଡକୁ ଦେଖିଲେ ଭାରତୀୟ ଦଳ ତାଙ୍କୁ ଅଗ୍ରାଧିକାର ଦେଇପାରେ। ସେହିପରି ବିଗତ କିଛି ସିରିଜରେ ରାହୁଲଙ୍କୁ ମଧ୍ୟକ୍ରମରେ ଖେଳାଇଥିଲା ଭାରତୀୟ ମ୍ୟାନେଜମେଣ୍ଟ। ତେଣୁ ମଧ୍ୟକ୍ରମରେ ଭାରତୀୟ ଦଳର ବ୍ୟାଟିଂ ଅର୍ଡରକୁ ନେଇ ମଧ୍ୟ ସଂଶୟ ରହିଛି। ବିରାଟ କୋହଲି ଦଳକୁ ଫେରୁଥିବାରୁ ସେ ୩ ନମ୍ବରରେ ବ୍ୟାଟିଂ କରିବେ। ସୂର୍ଯ୍ୟକୁମାର ଯାଦବଙ୍କୁ ଏହି ସିରିଜରୁ ବିଶ୍ରାମ ଦିଆଯାଇଥିବା ବେଳେ ରିଷଭ ପନ୍ତ ଓ ଶ୍ରେୟାସ ଆୟର ୪ ଓ ୫ ନମ୍ବରରେ ବ୍ୟାଟିଂ କରିପାରନ୍ତି। ହାର୍ଦ୍ଦିକ୍‌ ପାଣ୍ଡ୍ୟା ୬ ନମ୍ବର ବ୍ୟାଟର ଭାବରେ ଖେଳିବେ। ସେହିପରି ବୋଲିଂ ଅଲରାଉଣ୍ଡର ଭାବରେ ଓ୍ବାଶିଂଟନ୍‌ ସୁନ୍ଦର ଓ ଶାହବାଜ ଅହମଦଙ୍କ ମଧ୍ୟରୁ ଜଣଙ୍କୁ ସୁଯୋଗ ମିଳିପାରେ। ବୋଲରଙ୍କ ମଧ୍ୟରେ ମହମ୍ମଦ ଶାମି ଆହତ ହୋଇଥିବାରୁ ତାଙ୍କ ସ୍ଥାନରେ ଉମ୍ରାନ ମଲିକଙ୍କୁ ଦଳରେ ସାମିଲ କରାଯାଇଛି। ସେହିପରି ଦୀପକ ଚହର ଓ ଶାର୍ଦ୍ଦୂଳ ଠାକୁରଙ୍କ ମଧ୍ୟରୁ ଜଣଙ୍କୁ ଖେଳାଇପାରେ ଭାରତ। ନ୍ୟୁଜିଲାଣ୍ଡ ସିରିଜରେ ବିଫଳତା ସତ୍ତ୍ୱେ ୟୁଜବେନ୍ଦ୍ର ଚହଲଙ୍କୁ ସୁଯୋଗ ଦେଇପାରେ ଭାରତ। ବାଂଲାଦେଶର ପିଚ୍‌ ସ୍ପିନ୍‌ ସହାୟକ ଥିବାରୁ କୁଲଦୀପ ଯାଦବଙ୍କୁ ସୁଯୋଗ ଦେଇପାରେ ଭାରତୀୟ ମ୍ୟାନେଜମେଣ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri