ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର

ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍‌ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍‌ରେ ବାଂଲାଦେଶରେ ଚାଲିଥିବା ହିଂସାରେ ହିନ୍ଦୁ, ଶିଖ୍‌, ବୈଦ୍ଧ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ଅନ୍ୟାନ୍ୟ ସଂଖ୍ୟାଲଘୁଙ୍କୁ ଖୋଜି ଖୋଜି ସେମାନଙ୍କ ଉପରେ ହତ୍ୟା କରାଯାଉଥିବା ସ଼୍ବୀକାର କରିଛନ୍ତି । ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରର ନୂତନ ମୁଖ୍ୟ ମହମ୍ମଦ ୟୁନୁସ ରାଜନୈତିକ ସଙ୍କଟ ଦେଇ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ଆକ୍ରମଣ ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିଥିବା ଦେଖିବାକୁ ମିଳୁଛି ।

ରାଜନୈତିକ ଅସ୍ଥିରତା ମଧ୍ୟରେ ଦଙ୍ଗାର ମୁକାବିଲା କରୁଥିବା ବାଂଲାଦେଶ ସରକାର ହିନ୍ଦୁ, ବୈଦ୍ଧ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ସଂଖ୍ୟାଲଘୁଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଯେତେବେଳେ ୟୁନୁସଙ୍କୁ ପଚରାଯାଇଥିଲା, ସେତେବେଳେ ସେ ଏହାକୁ ଏଡ଼ାଇ ଦେଇଥିଲେ । ଏହା ଏକ ଷଡଯନ୍ତ୍ର ବୋଲି କହିଥିଲେ। ଏହି ଷଡଯନ୍ତ୍ରକୁ ଶେଷ କରି ସରକାର ସମସ୍ତଙ୍କ ସୁରକ୍ଷା ନିଶ୍ଚିତ କରିବ ବୋଲି ସେ କହିଛନ୍ତି। ଏହାପୂର୍ବରୁ ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ଭାବରେ ଶପଥ ଗ୍ରହଣ କରିଥିବାରୁ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହମ୍ମଦ ୟୁନୁସଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆଶା ପ୍ରକଟ କରିଛନ୍ତି ଯେ ଦେଶରେ ସ଼୍ବଭାବିକତା ଶୀଘ୍ର ପୁନଃସ୍ଥାପିତ ହେବ ଏବଂ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ନିଶ୍ଚିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri