Posted inଜାତୀୟ

ଦରଘା ବୁଲିବା ପରେ ଜୟଶଙ୍କରଙ୍କୁ ଭେଟିଲେ ହାସିନା

ନୂଆଦିଲ୍ଲୀ, ୫ା୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସୋମବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବୟନଶିଳ୍ପ, ରେଳପଥ ରାଷ୍ଟ୍ରମନ୍ତ୍ରୀ ଦର୍ଶନ ବିକ୍ରମ ଜର୍ଦ୍ଦୋଶ ତାଙ୍କୁ ସ୍ବାଗତ କରିଥିଲେ। ୪ ଦିନିଆ ଗସ୍ତର ପ୍ରଥମ ଦିନରେ ହାସିନା ପ୍ରସିଦ୍ଧ ସୁଫି ସନ୍ଥ ନିଜାମୁଦ୍ଦିନ୍‌ ଔଲିଆ ଦରଘାକୁ ଯାଇ ପ୍ରାର୍ଥନା କରିଥିଲେ। ପରେ ଭାରତ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟି ପ୍ରତିରକ୍ଷା ସହଯୋଗ, ଆଞ୍ଚଳିକ ଯୋଗାଯୋଗ ଅଭିଯାନ ବିସ୍ତାର, ଦକ୍ଷିଣ ଏସିଆରେ ସ୍ଥିରତା ଆଦି ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଗସ୍ତ ବେଳେ ହାସିନା ଭାରତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ୨୦୨୧ରେ ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ବାଂଲାଦେଶ ସ୍ବାଧୀନତାର ୫୦ ବର୍ଷ ପୂର୍ତ୍ତି ପାଳନ କରିଥିଲେ। ଏହି ଅବସରରେ ଦୁଇ ପଡ଼ୋଶୀ ରାଷ୍ଟ୍ର ମଧ୍ୟରେ ଲାଗି ରହିଥିବା ଜଳବଣ୍ଟନ ବିବାଦର ସମାଧାନ ପ୍ରସଙ୍ଗ ଆଲୋଚନାରେ ସ୍ଥାନିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri