ସଂରକ୍ଷଣ ବିରୋଧରେ ଆଜି ବାଂଲାଦେଶ ବନ୍ଦ

ଢାକା,୧୮।୭: ବାଂଲାଦେଶର ସରକାରୀ ନିଯୁକ୍ତିରେ ରହିଥିବା ସଂରକ୍ଷଣ ବ୍ୟବସ୍ଥାରେ ସଂସ୍କାର ଦାବିରେ ବିକ୍ଷୋଭକାରୀ ଛାତ୍ରୀଛାତ୍ରମାନେ ଗୁରୁବାର ଦେଶବ୍ୟାପୀ ବନ୍ଦ ଡାକରା ଦେଇଛନ୍ତି। ସଂରକ୍ଷଣ ବ୍ୟବସ୍ଥାରେ ସଂସ୍କାର ଆଣିବା ଦାବିରେ ଆନ୍ଦୋଳନ ମୁଣ୍ଡ ଟେକିଥିବାବେଳେ ମଙ୍ଗଳବାର ବିକ୍ଷୋଭକାରୀଙ୍କ ପୋଡ଼ାଜଳା ଓ ଭଙ୍ଗାରୁଜା ଯୋଗୁ ସ୍କୁଲ୍‌ କଲେଜ ବନ୍ଦ ହୋଇଯାଇଥିବାବେଳେ ପୋଲିସ ସହ ସଂଘର୍ଷରେ ୩ ଛାତ୍ରଙ୍କ ସମେତ ଅନୂ୍ୟନ ୬ ଜଣଙ୍କ ମୃତ୍ୟୁ ଘଟିଥିଲା ଓ ୪୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ସୁରକ୍ଷା ବଳର ଦମନମୂଳକ କାର୍ଯ୍ୟାନୁଷ୍ଠାନକୁ ଛାତ୍ର ସଂଗଠନଗୁଡ଼ିକ ବିରୋଧ କରିଛନ୍ତି। ଚିକିତ୍ସା ଓ ଜରୁରୀ ସେବାକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ସେବା, କାର୍ଯ୍ୟାଳୟ, ପ୍ରତିଷ୍ଠାନ, ଦୋକାନବଜାର ବନ୍ଦ ରହିବ ବୋଲି ଆନ୍ଦୋଳନର ମୁଖ୍ୟ ସଂଯୋଜକ ଅସିଫ୍‌ ମହମ୍ମଦ ସୋସିଆଲ ମିଡିଆ ପୋଷ୍ଟରେ ଘୋଷଣା କରିଛନ୍ତି। ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଏଥିରେ ଭାଗନେବା ସହ ସେମାନଙ୍କ ଅଭିଭାବକମାନଙ୍କ ସମର୍ଥନ ମଧ୍ୟ ଲୋଡ଼ାଯାଇଛି।

ସରକାରୀ ଚାକିରିରେ ସଂରକ୍ଷଣକୁ ଉଚ୍ଛେଦ କରି ମେଧାବୀ ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ ସୁଯୋଗ ପ୍ରଦାନ ଦାବିରେ ସୋମବାର ରାସ୍ତାକୁ ଓହ୍ଲାଇଥିଲେ। ସେମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଚଳାଇଥିବାବେଳେ ପୋଲିସ ସମର୍ଥନରେ ଶାସକ ଆଓ୍ବାମି ଲିଗ୍‌ର ଛାତ୍ର ସାମ୍ମୁଖ୍ୟ ବାଂଲାଦେଶ ଛାତ୍ର ଲିଗ୍‌ ସଦସ୍ୟମାନେ ବିକ୍ଷୋଭକାରୀଙ୍କୁ ଆକ୍ରମଣ କରିଥିଲେ। ଫଳରେ ଆନ୍ଦୋଳନ ହିଂସାତ୍ମକ ରୂପ ନେଇଥିଲା। ମୁଖ୍ୟ ୪ ସହର କେନ୍ଦ୍ରୀୟ ଢାକା, ରାଜସାହି, ଖୁଲ୍‌ନା ଏବଂ ଚଟ୍ଟୋଗ୍ରାମର ରାଜପଥ ଏବଂ ରେଳପଥକୁ ବିକ୍ଷୋଭକାରୀମାନେ ଅବରୋଧ କରିଥିଲେ। ପୋଲିସ ସେମାନଙ୍କୁ ଘଉଡ଼ାଇବା ପାଇଁ ଲୁହବୁହା ବାଷ୍ପ ପ୍ରୟୋଗ କରିବା ସହ ରବର ବୁଲେଟ୍‌ ମାଡ଼ କରିଥିଲା। ମଙ୍ଗଳବାର ସ୍ଥିତି ଅଣାୟତ ହେଉଥିବା ଦେଖି ସରକାର ଅର୍ଦ୍ଧସାମରିକ ବର୍ଡର ଗାର୍ଡ ବାଂଲାଦେଶକୁ ୪ ସହରରେ ମୁତୟନ କରିଥିଲେ। ସୁରକ୍ଷା ବଳ ଏବଂ ୟୁନିଭର୍ସିଟି ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ୬ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିଲା। ଗତ ଜାନୁଆରୀରେ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ସରକାର ଚତୁର୍ଥ ପାଳି ଆରମ୍ଭ କରିବା ପରେ ବାଂଲାଦେଶରେ ଏହା ହେଉଛି ପ୍ରଥମ ବୃହତ୍‌ ସରକାର ବିରୋଧୀ ଆନ୍ଦୋଳନ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?