ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ ଅନ୍ତରୀଣ ସରକାରଙ୍କ ବିଦାୟ ପରେ ବାଂଲାଦେଶର ନୂତନ ବିଏନପି (BNP) ସରକାର ଭାରତ ସହ ସମ୍ପର୍କ ସୁଧାରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି।

ବାଂଲାଦେଶର ନୂତନ ଯୁବ ଓ କ୍ରୀଡ଼ା ମନ୍ତ୍ରୀ ଅମିନୁଲ ହକ ଶପଥ ଗ୍ରହଣ କରିବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଭାରତର ଡେପୁଟି ହାଇକମିଶନରଙ୍କ ସହ ଆଲୋଚନା କରିଛନ୍ତି। ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ମାଧ୍ୟମରେ କ୍ରିକେଟ ବିବାଦର ସମାଧାନ ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି।

୨୦୨୪ ଡିସେମ୍ବରରେ ଆଇପିଏଲ ଫ୍ରାଞ୍ଚାଇଜ୍ କୋଲକାତା ନାଇଟ୍ ରାଇଡର୍ସରୁ ମୁସ୍ତାଫିଜୁର ରହମାନଙ୍କୁ ରିଲିଜ କରାଯିବା ପରେ ବିବାଦ ଆରମ୍ଭ ହୋଇଥିଲା। ୟୁନୁସ ସରକାର ସୁରକ୍ଷା ଦର୍ଶାଇ ଭାରତରେ ବିଶ୍ୱକପ୍ ଖେଳିବାକୁ ମନା କରିଦେଇଥିଲେ, ଯେଉଁଥିପାଇଁ ଆଇସିସି ବାଂଲାଦେଶ ବଦଳରେ ସ୍କଟଲ୍ୟାଣ୍ଡକୁ ସୁଯୋଗ ଦେଇଥିଲା।

ସେହିପରି ପୂର୍ବତନ ଅଧିନାୟକ ଶାକିବ ଅଲ ହାସନ ଓ ମାଶ୍ରାଫେ ବିନ ମର୍ତ୍ତୁଜାଙ୍କ ବିରୋଧରେ ଥିବା ଆପରାଧିକ ମାମଲାର ଶୀଘ୍ର ସମାଧାନ କରି ସେମାନଙ୍କୁ କ୍ରିକେଟକୁ ଫେରାଇ ଆଣିବାକୁ ମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି।

ବାଂଲାଦେଶ କ୍ରିକେଟ ବୋର୍ଡର (BCB) ପୂର୍ବ ନିର୍ବାଚନକୁ ‘ସନ୍ଦେହଜନକ’ କହିବା ସହ ବୋର୍ଡ ସଭାପତି ଅମିନୁଲ ଇସଲାମ ବୁଲବୁଲଙ୍କ ବିଦେଶ ଗସ୍ତ ପରେ ସଂଗଠନରେ ବଡ଼ ଧରଣର ପରିବର୍ତ୍ତନର ସଙ୍କେତ ମିଳିଛି।

ନିର୍ବାଚନ ପରେ ତାରିକ ରହମାନଙ୍କ ନେତୃତ୍ୱରେ ଗଠିତ ନୂଆ ସରକାର ଭାରତ ସହ ଭଲ ସମ୍ପର୍କ ରଖିବାକୁ ଚାହୁଁଥିବା ଅମିନୁଲ ହକ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri