Posted inଖେଳ

ବାଂଲାଦେଶ ସିରିଜ ବିଜୟୀ

ଚିଟ୍ଟାଗଙ୍ଗ, ୧୯ା୩ (ଏପି): ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ବାଂଲାଦେଶ ୪ ଉଇକେଟରେ ବିଜୟ ହାସଲ କରିଛି। ଦଳ ଏଥିସହିତ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି। ସୋମବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୫୦ଓଭରରେ ୨୩୫ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଜାନିଥ ଲିୟାନେଗ୍‌ ତାଙ୍କ ପ୍ରଥମ ଟେଷ୍ଟ ଶତକ ହାସଲ କରିଥିଲେ। ସେ ୧୦୨ ବଲ୍‌ରୁ ୧୦୧ ରନ୍‌ କରିଥିଲେ। ଜବାବରେ ବାଂଲାଦେଶ ୯.୪ ଓଭର ବାକିଥାଇ ୬ ଉଇକେଟ ବିନିମୟରେ ମ୍ୟାଚ ଜିତି ନେଇଥିଲା। ଆଘାତପ୍ରାପ୍ତ ସୌମ୍ୟ ସରକାରଙ୍କ ବଦଳରେ ଖେଳିବାକୁ ଆସିଥିବା ତାନ୍‌ଜିଦ୍‌ ହସନଙ୍କ ୮୪ ରନ ମ୍ୟାଚର ଏକ ଉଲ୍ଲେଖନୀୟ ଘଟଣା। ଏକ ବାଉଣ୍ଡରି ସେଭ୍‌ କରିବାକୁ ଯିବା ବେଳେ ଗ୍ରାଉଣ୍ଡରେ ମୁଣ୍ଡ ବାଜି ଆଘାତପ୍ରାପ୍ତ ହେବା ସହ ସୌମ୍ୟଙ୍କ ମୁଣ୍ଡରେ ଯନ୍ତ୍ରଣା ଏବଂ ଦୃଷ୍ଟିଶକ୍ତିରେ ସମସ୍ୟା ଦେଖାଦେଇଥିଲା। ତାଙ୍କ ବଦଳ ଖେଳାଳି ହିସାବରେ ଦଳରେ ସ୍ଥାନ ପାଇଥିବା ତାନ୍‌ଜିଦ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥିଲେ। ସେ ତାଙ୍କ ଇନିଂସରେ ୯ ଚୌକା ଓ ୪ ଛକା ଲଗାଇଥିଲେ। ତାନଜିଦ୍‌ଙ୍କ ପରେ ରିଶାଦ ହୋସେନ ବ୍ୟାଟିଂରେ ଯୋଗ ଦେଇଥିଲେ। ଏହି ମ୍ୟାଚ ପାଇଁ ଯେଉଁ ୩ଜଣ ବଦଳ ଖେଳାଳି ଭାବେ ଦଳରେ ସ୍ଥାନ ପାଇଥିଲେ ସେମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ। ୧୮ଟି ବଲ୍‌ରୁ ୫ ଚୌକା ଓ ୪ ଛକା ସହ ୪୮ ରନ କରି ଅପରାଜିତ ରହିଥିଲେ। ବାଂଲାଦେଶ ୬ ଉଇକେଟ ବିନିମୟରେ ୨୩୭ ରନ କରି ମ୍ୟାଚ ଜିତି ନେଇଥିଲା। ସିରିଜର ପ୍ରଥମ ମ୍ୟାଚ୍‌କୁ ବାଂଲାଦେଶ ୬ ଉଇକେଟରେ ଜିତି ନେଇଥିବା ବେଳେ ପରବର୍ତ୍ତୀ ମ୍ୟାଚ ୩ ଉଇକେଟରେ ଜିତି ଶ୍ରୀଲଙ୍କା ସିରିଜକୁ ବରାବର ସ୍ଥିତିକୁ ନେଇ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri