ଭାରତ ବିରୋଧରେ ପୁଣି ବିଷ ଓଗାଳିଲା ବାଂଲାଦେଶ: ଏମିତି କଲେ ପରିସ୍ଥିତି ହେବ ଖରାପ

ଢାକା,୭।୨(ପି.ଟି.):ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଭାରତରେ ରହିଥିବାବେଳେ ମିଥ୍ୟା ଓ ମନଗଢ଼ା ମନ୍ତବ୍ୟ ଦେଉଥିବା ନେଇ ଢାକା ଗୁରୁବାର ନୂଆଦିଲ୍ଲୀ ନିକଟରେ ପ୍ରତିବାଦ ଜଣାଇଛି। ବାଂଲାଦେଶର ସାମ୍ପ୍ରତିକ ଶାସନ ବିରୋଧରେ ପ୍ରତିରୋଧ ପାଇଁ ଦେଶବାସୀ ସଂଗଠିତ ହେବାକୁ ବୁଧବାର ରାତିରେ ହାସିନା ସାମାଜିକ ଗଣମାଧ୍ୟମରେ ଭାଷଣ ଦେଇଥିଲେ। ବାଂଲାଦେଶର ବହିର୍ବ୍ୟାପାର ମନ୍ତ୍ରଣାଳୟ ଏହାର ଦୃଢ଼ ପ୍ରତିବାଦ କରିଛି। ହାସିନା ବିଭିନ୍ନ ପ୍ଲାଟ୍‌ଫର୍ମରେ ମିଛ ଓ ମନଗଢ଼ା ବିବୃତି ଦେବା ଜାରି ରଖିଥିବାରୁ ଏହା ଦେଶରେ ଅସ୍ଥିରତାକୁ ଉସୁକାଉଛି ବୋଲି ବାଂଲାର ବହିର୍ବ୍ୟାପାର ମନ୍ତ୍ରଣାଳୟ ଢାକାସ୍ଥିତ ଭାରତର କାର୍ଯ୍ୟକାରୀ ଉଚ୍ଚାୟୁକ୍ତଙ୍କୁ ଜଣାଇଛନ୍ତି। ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ପତ୍ରରେ ଉଲ୍ଲେଖ କରାଯାଇଛି, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ ଗଭୀର ଚିନ୍ତାର ବିଷୟ। ଏହା ଦେଶବାସୀଙ୍କ ଭାବାବେଗକୁ ଆଘାତ ଦେଉଛି। ଏଥିପାଇଁ ବାଂଲାଦେଶ ନିଜର ଅସନ୍ତୋଷ ଓ ଅସହମତ ଜଣାଉଛି। ହାସିନାଙ୍କ ଏଭଳି କାର୍ଯ୍ୟ ବାଂଲାଦେଶ ପ୍ରତି ଶତ୍ରୁତା। ଦୁଇ ଦେଶର ସୁସ୍ଥ ସମ୍ପର୍କ ପ୍ରତିଷ୍ଠା ଉଦ୍ୟମରେ ଏହା ଅନୁକୂଳ ନୁହେଁ ବୋଲି ଢାକା ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ବାଂଲାଦେଶରେ ଗତ ଜୁଲାଇ-ଅଗଷ୍ଟରେ ଜୋର୍‌ଦାର ଛାତ୍ର ଆନ୍ଦୋଳନ ପରେ ୭୭ ବର୍ଷୀୟ ହାସିନା ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ଚାଲିଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri