Posted inଖେଳ

୨୪୫ ରନ୍‌ରେ ଅଟକିଲା ବାଂଲାଦେଶ

ଚେନ୍ନାଇ,୧୩।୧୦: ଚେନ୍ନାଇସ୍ଥିତ ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ୨୦୨୩ ବିଶ୍ୱକପ୍‌ର ୧୧ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ୱିଲିୟମଶନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇଁ ବାଂଲାଦେଶ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ ହରାଇ ୨୪୫ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ନ୍ୟୁଜିଲାଣ୍ଡ ଆଗରେ ୨୪୬ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ବାଂଲାଦେଶ ।

ବାଂଲାଦେଶ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ୫୬ ରନ୍‌ରେ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଅଧିନାୟକ ସାକିବୁଲ ହାସନ ଏବଂ ମୁସ୍ତଫିକୁର ରହିମ୍‌ ଲଢୁଆ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗକୁ ନେଇଥିଲେ। ସାକିବୁଲ ୪୦ ରନ୍‌ କରିଥିବା ବେଳେ ମୁସ୍ତଫିକୁର ୬୬ ରନ୍‌ ଗୁରୁତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଶେଷ ବେଳକୁ ମହମ୍ମଦୁଲ୍ଲା ଅପରାଜିତ ୪୧ ରନ୍‌ର ମହତ୍ୱପୂର୍ଣ୍ଣ ଇନିଂସ୍‌ ଖେଳିଥିଲେ। ଫଳରେ ବାଂଲାଦେଶ ୨୪୫ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ନ୍ୟୁଜିଲାଣ୍ଡ ପକ୍ଷରୁ ଲକି ଫର୍ଗୁସନ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ଟ୍ରେଣ୍ଟ ବୋଲଟ, ମାଟ୍‌ ହେନେରୀ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ । ମିଚେଲ ସାଣ୍ଟନର ଏବଂ ଗ୍ଲେନ୍‌ ଫିଲିପ୍ସ ଗୋଟିଏ ଲେଖାଏ ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?