ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା ବେଳେ, ଏହାର ପାଲଟା ଜବାବରେ ବାଂଲାଦେଶ ମଧ୍ୟ ସୋମବାର ଠାରୁ ନୂଆଦିଲ୍ଲୀ ସ୍ଥିତ ନିଜର ହାଇକମିଶନରେ ଭାରତୀୟଙ୍କ ପାଇଁ ଭିସା ଓ କନସୁଲାର ସେବାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦେଇଛି।

ବାଂଲାଦେଶର ଜଣେ ପ୍ରମୁଖ ଯୁବ ନେତା ଶରିଫ୍ ଓସମାନ ହାଦିଙ୍କ ମୃତ୍ୟୁ ପରେ ପରିସ୍ଥିତି ଜଟିଳ ହୋଇଛି। ଗତବର୍ଷ ଶେଖ ହସିନାଙ୍କ ସରକାର ହଟାଇବାରେ ସେ ଜଣେ ମୁଖ୍ୟ ଚେହେରା ଥିଲେ। ତାଙ୍କ ମୃତ୍ୟୁ ପରେ ବାଂଲାଦେଶରେ ବ୍ୟାପକ ହିଂସା ଦେଖାଦେଇଥିଲା।

ଚଟ୍ଟଗ୍ରାମ ସ୍ଥିତ ଭାରତୀୟ ସହକାରୀ ହାଇକମିଶନ ସମ୍ମୁଖରେ ବିକ୍ଷୋଭ ଏବଂ ସୁରକ୍ଷା ଜନିତ ସମସ୍ୟା ଦେଖାଦେବାରୁ, ଭାରତ ରବିବାର ଠାରୁ ସେଠାରେ ଭିସା ଆବେଦନ କେନ୍ଦ୍ର (IVAC) କୁ ବନ୍ଦ କରିଦେଇଥିଲା।

ଭାରତର ଏହି ନିଷ୍ପତ୍ତିର ଜବାବରେ ନୂଆଦିଲ୍ଲୀ ସ୍ଥିତ ବାଂଲାଦେଶ ମିଶନ ପକ୍ଷରୁ କୁହାଯାଇଛି ଯେ, ‘ଅପରିହାର୍ଯ୍ୟ ପରିସ୍ଥିତି’ ଯୋଗୁଁ ସମସ୍ତ ଭିସା ଓ କନସୁଲାର ସେବାକୁ ସାମୟିକ ଭାବେ ବନ୍ଦ କରାଗଲା।

ସୂଚନାଯୋଗ୍ୟ ଯେ, ବାଂଲାଦେଶରେ ଭାରତ ବିରୋଧୀ ସ୍ଲୋଗାନ ଏବଂ ଭାରତୀୟ ଦୂତାବାସ ଉପରକୁ ଆକ୍ରମଣ ପରେ ଭାରତ ସରକାର ନିଜର କୂଟନୈତିକ ଅଧିକାରୀଙ୍କ ସୁରକ୍ଷା ପାଇଁ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଏହି କାରଣରୁ ଦୁଇ ଦେଶ ମଧ୍ୟରେ ଯାତାୟାତ ଏବଂ ଭିସା ପ୍ରକ୍ରିୟା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri