ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା ବେଳେ, ଏହାର ପାଲଟା ଜବାବରେ ବାଂଲାଦେଶ ମଧ୍ୟ ସୋମବାର ଠାରୁ ନୂଆଦିଲ୍ଲୀ ସ୍ଥିତ ନିଜର ହାଇକମିଶନରେ ଭାରତୀୟଙ୍କ ପାଇଁ ଭିସା ଓ କନସୁଲାର ସେବାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦେଇଛି।

ବାଂଲାଦେଶର ଜଣେ ପ୍ରମୁଖ ଯୁବ ନେତା ଶରିଫ୍ ଓସମାନ ହାଦିଙ୍କ ମୃତ୍ୟୁ ପରେ ପରିସ୍ଥିତି ଜଟିଳ ହୋଇଛି। ଗତବର୍ଷ ଶେଖ ହସିନାଙ୍କ ସରକାର ହଟାଇବାରେ ସେ ଜଣେ ମୁଖ୍ୟ ଚେହେରା ଥିଲେ। ତାଙ୍କ ମୃତ୍ୟୁ ପରେ ବାଂଲାଦେଶରେ ବ୍ୟାପକ ହିଂସା ଦେଖାଦେଇଥିଲା।

ଚଟ୍ଟଗ୍ରାମ ସ୍ଥିତ ଭାରତୀୟ ସହକାରୀ ହାଇକମିଶନ ସମ୍ମୁଖରେ ବିକ୍ଷୋଭ ଏବଂ ସୁରକ୍ଷା ଜନିତ ସମସ୍ୟା ଦେଖାଦେବାରୁ, ଭାରତ ରବିବାର ଠାରୁ ସେଠାରେ ଭିସା ଆବେଦନ କେନ୍ଦ୍ର (IVAC) କୁ ବନ୍ଦ କରିଦେଇଥିଲା।

ଭାରତର ଏହି ନିଷ୍ପତ୍ତିର ଜବାବରେ ନୂଆଦିଲ୍ଲୀ ସ୍ଥିତ ବାଂଲାଦେଶ ମିଶନ ପକ୍ଷରୁ କୁହାଯାଇଛି ଯେ, ‘ଅପରିହାର୍ଯ୍ୟ ପରିସ୍ଥିତି’ ଯୋଗୁଁ ସମସ୍ତ ଭିସା ଓ କନସୁଲାର ସେବାକୁ ସାମୟିକ ଭାବେ ବନ୍ଦ କରାଗଲା।

ସୂଚନାଯୋଗ୍ୟ ଯେ, ବାଂଲାଦେଶରେ ଭାରତ ବିରୋଧୀ ସ୍ଲୋଗାନ ଏବଂ ଭାରତୀୟ ଦୂତାବାସ ଉପରକୁ ଆକ୍ରମଣ ପରେ ଭାରତ ସରକାର ନିଜର କୂଟନୈତିକ ଅଧିକାରୀଙ୍କ ସୁରକ୍ଷା ପାଇଁ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଏହି କାରଣରୁ ଦୁଇ ଦେଶ ମଧ୍ୟରେ ଯାତାୟାତ ଏବଂ ଭିସା ପ୍ରକ୍ରିୟା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri