Posted inଖେଳ

ପୁଣି ଥରେ ବାଂଲାଦେଶ ଦଳକୁ କ୍ୱାରେଣ୍ଟିନ ପଠାଗଲା

ଅକ୍‌ଲାଣ୍ଡ,୧୭।୧୨: ନ୍ୟୁଜିଲାଣ୍ଡର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶକ୍ରମେ ବାଂଲାଦେଶ ଦଳକୁ ପୁଣି ଥରେ କ୍ୱାରେଣ୍ଟିନରେ ରଖାଯାଇଛି। ବାଂଲାଦେଶ ଦଳର ସ୍ପିନ ବୋଲିଂ କୋଚ୍‌ ରଙ୍ଗନା ହେରାଥଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିବା ପରେ ନ୍ୟୁଜିଲାଣ୍ଡର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିର୍ଦ୍ଦେଶ ଜାରି କରାଯାଇଛି।

ହେରାଥଙ୍କ ସଂସ୍ପର୍ଶରେ ଆସିଥିବା ଟେଷ୍ଟ ଦଳର ୮ ଜଣ ସଦସ୍ୟଙ୍କୁ ଆଇସୋଲେଶନରେ ରଖାଯାଇଛି। ଏମାନଙ୍କ ମଧ୍ୟରେ ଖେଳାଳିଙ୍କ ସହ କିଛି ସପୋର୍ଟ ଷ୍ଟାଫ ସଦସ୍ୟ ରହିଛନ୍ତି। ଅନ୍ୟ ଖେଳାଳିମାନେ ସେମାନଙ୍କ କ୍ୱାରେଣ୍ଟିନ ଶେଷ କରିବା ପରେ ଗତ ୧୬ ତାରିଖରେ ଗ୍ରାଉଣ୍ଡରେ ପ୍ରାକ୍ଟିସ ସେସନରେ ଯୋଗ ଦେଇଥିଲେ। କିନ୍ତୁ ପରେ ପ୍ରାକ୍ଟିସ ସେସନକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

“ଆମକୁ ଗତକାଲିଠାରୁ ଅଭ୍ୟାସ କରିବା ଲାଗି ଅନୁମତି ମିଳିଥିଲା। କିନ୍ତୁ ନ୍ୟୁଜିଲାଣ୍ଡ ସରକାରଙ୍କ ନିର୍ଦ୍ଦେଶରେ ଆମ ପ୍ରାକ୍ଟିସକୁ ବାତିଲ କରି ଦିଆଯାଇଛି। ଆମେ ଏପର୍ଯ୍ୟନ୍ତ ୩ କୋଭିଡ୍‌ ଟେଷ୍ଟ କରାଇଛୁ। ଆହୁରି ଏକ କୋଭିଡ୍‌ ଟେଷ୍ଟ କରାଯିବ। କ୍ୱାରେଣ୍ଟିନର ୯ମ ଦିନ ସଭିଙ୍କ ରିପୋର୍ଟ ନେଗେଟିଭ ଆସିଲେ, ଆମକୁ ଅଭ୍ୟାସ ପାଇଁ ଅନୁମତି ମିଳିବ” ବୋଲି ବାଂଲାଦେଶ ଦଳୀୟ ମ୍ୟାନେଜର ନାଫିସ ଇକବାଲ କହିଛନ୍ତି। କୋଭିଡ୍‌ କାରଣରୁ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ବାଂଲାଦେଶ ଏକ ଦୁଇ ଦିନିଆ ଅଭ୍ୟାସ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri