Posted inଖେଳ

ପୁଣି ଥରେ ବାଂଲାଦେଶ ଦଳକୁ କ୍ୱାରେଣ୍ଟିନ ପଠାଗଲା

ଅକ୍‌ଲାଣ୍ଡ,୧୭।୧୨: ନ୍ୟୁଜିଲାଣ୍ଡର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶକ୍ରମେ ବାଂଲାଦେଶ ଦଳକୁ ପୁଣି ଥରେ କ୍ୱାରେଣ୍ଟିନରେ ରଖାଯାଇଛି। ବାଂଲାଦେଶ ଦଳର ସ୍ପିନ ବୋଲିଂ କୋଚ୍‌ ରଙ୍ଗନା ହେରାଥଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ ଆସିବା ପରେ ନ୍ୟୁଜିଲାଣ୍ଡର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିର୍ଦ୍ଦେଶ ଜାରି କରାଯାଇଛି।

ହେରାଥଙ୍କ ସଂସ୍ପର୍ଶରେ ଆସିଥିବା ଟେଷ୍ଟ ଦଳର ୮ ଜଣ ସଦସ୍ୟଙ୍କୁ ଆଇସୋଲେଶନରେ ରଖାଯାଇଛି। ଏମାନଙ୍କ ମଧ୍ୟରେ ଖେଳାଳିଙ୍କ ସହ କିଛି ସପୋର୍ଟ ଷ୍ଟାଫ ସଦସ୍ୟ ରହିଛନ୍ତି। ଅନ୍ୟ ଖେଳାଳିମାନେ ସେମାନଙ୍କ କ୍ୱାରେଣ୍ଟିନ ଶେଷ କରିବା ପରେ ଗତ ୧୬ ତାରିଖରେ ଗ୍ରାଉଣ୍ଡରେ ପ୍ରାକ୍ଟିସ ସେସନରେ ଯୋଗ ଦେଇଥିଲେ। କିନ୍ତୁ ପରେ ପ୍ରାକ୍ଟିସ ସେସନକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

“ଆମକୁ ଗତକାଲିଠାରୁ ଅଭ୍ୟାସ କରିବା ଲାଗି ଅନୁମତି ମିଳିଥିଲା। କିନ୍ତୁ ନ୍ୟୁଜିଲାଣ୍ଡ ସରକାରଙ୍କ ନିର୍ଦ୍ଦେଶରେ ଆମ ପ୍ରାକ୍ଟିସକୁ ବାତିଲ କରି ଦିଆଯାଇଛି। ଆମେ ଏପର୍ଯ୍ୟନ୍ତ ୩ କୋଭିଡ୍‌ ଟେଷ୍ଟ କରାଇଛୁ। ଆହୁରି ଏକ କୋଭିଡ୍‌ ଟେଷ୍ଟ କରାଯିବ। କ୍ୱାରେଣ୍ଟିନର ୯ମ ଦିନ ସଭିଙ୍କ ରିପୋର୍ଟ ନେଗେଟିଭ ଆସିଲେ, ଆମକୁ ଅଭ୍ୟାସ ପାଇଁ ଅନୁମତି ମିଳିବ” ବୋଲି ବାଂଲାଦେଶ ଦଳୀୟ ମ୍ୟାନେଜର ନାଫିସ ଇକବାଲ କହିଛନ୍ତି। କୋଭିଡ୍‌ କାରଣରୁ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ବାଂଲାଦେଶ ଏକ ଦୁଇ ଦିନିଆ ଅଭ୍ୟାସ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri