ମେରିଟ୍‌ ଭିତ୍ତିରେ ମିଳିବ ୯୩% ସରକାରୀ ଚାକିରି: ବିବାଦୀୟ ସଂରକ୍ଷଣ ବ୍ୟବସ୍ଥାରେ ପରିବର୍ତନ କଲେ ବାଂଲାଦେଶ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୧।୭: ହିଂସାତ୍ମକ ବିରୋଧ ମଧ୍ୟରେ ବାଂଲାଦେଶର ସୁପ୍ରିମକୋର୍ଟ ରବିବାର ସରକାରୀ ଚାକିରିରେ ସଂରକ୍ଷଣ ବ୍ୟବସ୍ଥା ବଜାୟ ରଖିବାକୁ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ବାତିଲ କରିଛନ୍ତି। ତେବେ ସୁପ୍ରିମକୋର୍ଟ ଏହି ସଂରକ୍ଷଣ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ରଦ୍ଦ କରି ନାହାଁନ୍ତି। ସଂରକ୍ଷଣ ବ୍ୟବସ୍ଥାକୁ ବଜାୟ ରଖିବା ପାଇଁ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଆଦେଶକୁ ବେଆଇନ ବୋଲି ବିବେଚନା କରିଛନ୍ତି।

କୋର୍ଟ କହିଛନ୍ତି, ‘ସର୍ବୋଚ୍ଚ ନ୍ୟାୟାଳୟ ଏହାର ନିଷ୍ପତ୍ତିରେ ସରକାରୀ ଚାକିରିରେ ଯୋଗ୍ୟତା ଆଧାରରେ ୯୩ ପ୍ରତିଶତ ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ୧୯୭୧ ମୁକ୍ତି ଯୁଦ୍ଧର ଅନ୍ୟ ବର୍ଗ ତଥା ସ୍ୱାଧୀନତା ସଂଗ୍ରାମୀଙ୍କ ବଂଶଧରଙ୍କ ପାଇଁ ମାତ୍ର ୭ ପ୍ରତିଶତ ପଦବୀ ସଂରକ୍ଷଣ କରିବାକୁ କୁହାଯାଇଛି।

ବର୍ତ୍ତମାନ ବାଂଲାଦେଶରେ ଚାଲୁଥିବା ସଂରକ୍ଷଣ ବ୍ୟବସ୍ଥା ଅନୁଯାୟୀ ୫୬% ସରକାରୀ ଚାକିରୀ ସଂରକ୍ଷିତ ଥିଲା। ଏଥିମଧ୍ୟରୁ ୩୦ ପ୍ରତିଶତ ୧୯୭୧ ମୁକ୍ତି ଯୁଦ୍ଧର ଯୁଦ୍ଧର ବଂଶଧରଙ୍କ ପାଇଁ, ୧୦ ପ୍ରତିଶତ ପଛୁଆ ପ୍ରଶାସନିକ ଜିଲା ପାଇଁ, ୧୦ ପ୍ରତିଶତ ମହିଳାଙ୍କ ପାଇଁ, ୫ ପ୍ରତିଶତ ଅନୁସୂଚିତ ଜାତି ଏବଂ ୫ ପ୍ରତିଶତ ଭିନ୍ନକ୍ଷମଙ୍କ ପାଇଁ ସଂରକ୍ଷିତ ଥିଲା।

ତେବେ ସ୍ୱାଧୀନତା ସଂଗ୍ରାମୀଙ୍କ ବଂଶଧରମାନଙ୍କୁ ଦିଆଯାଇଥିବା ୩୦ ପ୍ରତିଶତ ସଂରକ୍ଷଣ ବିରୋଧରେ ଛାତ୍ରମାନେ ଆନ୍ଦୋଳନ କରୁଛନ୍ତି। ସୂଚନାଯୋଗ୍ୟ ବାଂଲାଦେଶରେ ପ୍ରତିବର୍ଷ ପ୍ରାୟ ୩ ହଜାର ସରକାରୀ ନିଯୁକ୍ତି ହୋଇଥାଏ, ଯେଉଁଥି ପାଇଁ ପ୍ରାୟ ୪ ଲକ୍ଷ ପ୍ରାର୍ଥୀ ଆବେଦନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri