ମେରିଟ୍‌ ଭିତ୍ତିରେ ମିଳିବ ୯୩% ସରକାରୀ ଚାକିରି: ବିବାଦୀୟ ସଂରକ୍ଷଣ ବ୍ୟବସ୍ଥାରେ ପରିବର୍ତନ କଲେ ବାଂଲାଦେଶ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୧।୭: ହିଂସାତ୍ମକ ବିରୋଧ ମଧ୍ୟରେ ବାଂଲାଦେଶର ସୁପ୍ରିମକୋର୍ଟ ରବିବାର ସରକାରୀ ଚାକିରିରେ ସଂରକ୍ଷଣ ବ୍ୟବସ୍ଥା ବଜାୟ ରଖିବାକୁ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ବାତିଲ କରିଛନ୍ତି। ତେବେ ସୁପ୍ରିମକୋର୍ଟ ଏହି ସଂରକ୍ଷଣ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ରଦ୍ଦ କରି ନାହାଁନ୍ତି। ସଂରକ୍ଷଣ ବ୍ୟବସ୍ଥାକୁ ବଜାୟ ରଖିବା ପାଇଁ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ଆଦେଶକୁ ବେଆଇନ ବୋଲି ବିବେଚନା କରିଛନ୍ତି।

କୋର୍ଟ କହିଛନ୍ତି, ‘ସର୍ବୋଚ୍ଚ ନ୍ୟାୟାଳୟ ଏହାର ନିଷ୍ପତ୍ତିରେ ସରକାରୀ ଚାକିରିରେ ଯୋଗ୍ୟତା ଆଧାରରେ ୯୩ ପ୍ରତିଶତ ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ୧୯୭୧ ମୁକ୍ତି ଯୁଦ୍ଧର ଅନ୍ୟ ବର୍ଗ ତଥା ସ୍ୱାଧୀନତା ସଂଗ୍ରାମୀଙ୍କ ବଂଶଧରଙ୍କ ପାଇଁ ମାତ୍ର ୭ ପ୍ରତିଶତ ପଦବୀ ସଂରକ୍ଷଣ କରିବାକୁ କୁହାଯାଇଛି।

ବର୍ତ୍ତମାନ ବାଂଲାଦେଶରେ ଚାଲୁଥିବା ସଂରକ୍ଷଣ ବ୍ୟବସ୍ଥା ଅନୁଯାୟୀ ୫୬% ସରକାରୀ ଚାକିରୀ ସଂରକ୍ଷିତ ଥିଲା। ଏଥିମଧ୍ୟରୁ ୩୦ ପ୍ରତିଶତ ୧୯୭୧ ମୁକ୍ତି ଯୁଦ୍ଧର ଯୁଦ୍ଧର ବଂଶଧରଙ୍କ ପାଇଁ, ୧୦ ପ୍ରତିଶତ ପଛୁଆ ପ୍ରଶାସନିକ ଜିଲା ପାଇଁ, ୧୦ ପ୍ରତିଶତ ମହିଳାଙ୍କ ପାଇଁ, ୫ ପ୍ରତିଶତ ଅନୁସୂଚିତ ଜାତି ଏବଂ ୫ ପ୍ରତିଶତ ଭିନ୍ନକ୍ଷମଙ୍କ ପାଇଁ ସଂରକ୍ଷିତ ଥିଲା।

ତେବେ ସ୍ୱାଧୀନତା ସଂଗ୍ରାମୀଙ୍କ ବଂଶଧରମାନଙ୍କୁ ଦିଆଯାଇଥିବା ୩୦ ପ୍ରତିଶତ ସଂରକ୍ଷଣ ବିରୋଧରେ ଛାତ୍ରମାନେ ଆନ୍ଦୋଳନ କରୁଛନ୍ତି। ସୂଚନାଯୋଗ୍ୟ ବାଂଲାଦେଶରେ ପ୍ରତିବର୍ଷ ପ୍ରାୟ ୩ ହଜାର ସରକାରୀ ନିଯୁକ୍ତି ହୋଇଥାଏ, ଯେଉଁଥି ପାଇଁ ପ୍ରାୟ ୪ ଲକ୍ଷ ପ୍ରାର୍ଥୀ ଆବେଦନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri