Posted inଖେଳ

ବାଂଲାଦେଶ ବିଜୟ ନିକଟତର

ସିଲହେଟ୍‌, ୨ା୧୨: ବାମହାତି ସ୍ପିନର ତାଇଜୁଲ ଇସ୍‌ଲାମ ୪ ଉଇକେଟ ସଫଳତା ପରେ ବାଂଲାଦେଶ ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବିଜୟ ନିକଟତର ହୋଇଛି। ୩୩୨ ରନର ବିଜୟ ଲକ୍ଷ୍ୟ ପିଛା କରୁଥିବା ନ୍ୟୁଜିଲାଣ୍ଡ ଶୁକ୍ରବାର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୭ ଉଇକେଟ ବିନିମୟରେ ୧୧୩ ରନ କରିଛି।

ଡେରିଲ ମିଚେଲ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ସହ ୪୪ ରନ କରିଥିବା ବେଳେ ଇଶ୍‌ ସୋଧି ୭ ରନ କରି କ୍ରିଜ୍‌ରେ ଅଛନ୍ତି। ଉଇକେଟରେ କିଛି ସମୟ ତିଷ୍ଠି ରହିଥିବା ଅନ୍ୟ ଏକମାତ୍ର ଖେଳାଳି ଓପନ ଡେଭନ କନଓ୍ବେ ୨୨ ରନ କରିଥିଲେ। ଶୁକ୍ରବାର ସକାଳେ ଘରୋଇ ଦଳ ପୂର୍ବଦିନର ଅସମାପ୍ତ ସ୍କୋର ୨୧୨/୩ରୁ ଏହାର ଖେଳ ଆରମ୍ଭ କରିଥିଲା। ଚତୁର୍ଥ ଦିବସ ଖେଳର ଦ୍ୱିତୀୟ ଓଭରରେ ଟିମ୍‌ ସାଉଦିଙ୍କ ବଲ୍‌ରେ ଟମ୍‌ ବ୍ଲଣ୍ଡେଲଙ୍କ ଦ୍ୱାରା କ୍ୟାଚ ଆଉଟ ହୋଇଯାଇଥିଲେ ପୂର୍ବଦିନ ଶତକ ହାସଲକାରୀ ନାଜମୁଲ ହୋସେନ ଶାନ୍ତୋ। ପୂର୍ବଦିନ ସ୍କୋରରେ ସେ ମାତ୍ର ୧ ରନ ଯୋଗୁ କରି ବ୍ୟକ୍ତିଗତ ୧୦୫ ସ୍କୋରରେ ଆଉଟ ହୋଇଯାଇଥିଲେ। ଏହାଦ୍ୱାରା ଚତୁର୍ଥ ଉଇକେଟରେ ୯୮ରନ ପାର୍ଟନରଶିପ୍‌ର ଅନ୍ତ ଘଟିଥିଲା। ପରେ ୫୦ ରନ କରି ଅପରାଜିତ ରହିଥିବା ମେହିଦି ହସନ ଦଳର ସ୍କୋରକୁ ୩୦୦ ଅତିକ୍ରମ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri