Posted inଖେଳ

ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କଲା କ୍ରିକେଟର୍‌ ଜଗତର ଶିଶୁ

ହ୍ୟୁଷ୍ଟନ,୨୨।୫:ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ବାଂଲାଦେଶ ଦଳ ଆମେରିକା ଗସ୍ତରେ ଅଛି। ସିରିଜର ପ୍ରଥମ ମ୍ୟାଚରେ କ୍ରିକେଟ ଜଗତର ଶିଶୁ କହାଯାଉଥିବା ଆମେରିକା ଏକ ବଡ ବିପର୍ଯ୍ୟୟ ସୃଷ୍ଟି କରି ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଛି। ଆମେରିକାର ଜିତିବାରେ ପୂର୍ବତନ ଭାରତୀୟ ଖେଳାଳିଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିଲା। ସିରିଜର ପ୍ରଥମ ମ୍ୟାଚ ହ୍ୟୁଷ୍ଟନ ସ୍ଥିତ ପ୍ରିରି ଭ୍ୟୁ କ୍ରିକେଟ କମ୍ପ୍ଲେକ୍ସରେ ଖେଳାଯାଇଥିଲା।
ଏହି ମ୍ୟାଚରେ ଆମେରିକା ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇ ବାଂଲାଦେଶକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ବାଂଲାଦେଶ ୨୦ ଓଭରରେ ୬ ଉଇକେଟ ନେଇ ୧୫୩ ରନ କରିଥିଲା। ତାହିଦ ହ୍ରିଦୟୋୟ ଦଳ ପାଇଁ ସବୁଠୁ ବଡ଼ ଇନିଂସ ଖେଳି ୪୭ ବଲରେ ୪ ଚୌକା ଓ ୪ ଛକା ସହାୟତାରେ ୫୮ ରନ ସ୍କୋର କରିଥିଲେ। ଷ୍ଟିଭେନ ଟେଲର ଆମେରିକା ପାଇଁ ସର୍ବାଧିକ ୨ ଉଇକେଟ ନେଇଥିଲେ।
ତା’ପରେ ଆମେରିକା ଟାର୍ଗେଟକୁ ପିଛା କରି ୧୯.୩ ଓଭରରେ ଜିତିଲା। ଦଳର ବିଜୟରେ ପୂର୍ବତନ ଭାରତୀୟ ଖେଳାଳି ହରମିତ ସିଂଙ୍କର ଏକ ବଡ଼ ଅବଦାନ ଥିଲା। ସେ ସାତ ନମ୍ବରରେ ବ୍ୟାଟିଂ କରି ୧୩ ବଲରେ ୩୩ ରନ୍‌ର ଚମତ୍କାର ଇନିଂସ ଖେଳିଥିଲେ। ଏଥିରେ ୨ ଚୌକା ଓ ୩ ଛକା ସାମିଲ ଥିଲା। ଏହି ଇନିଂସ ପାଇଁ ହରମିତ ସିଂଙ୍କୁ ‘ପ୍ଲେୟାର ଅଫ ଦି ମ୍ୟାଚ’ ଆଖ୍ୟା ଦିଆଯାଇଥିଲା। ହରମିତ ମଧ୍ୟ ଆଇପିଏଲର ଏକ ଅଂଶ ହୋଇସାରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri