ଓଡ଼ିଶାକୁ ପଶି ଆସିବେ ବାଂଲାଦେଶୀ! ସମୁଦ୍ର ତଟରେ କଡ଼ା ନଜର

ପୁରୀ, ୮ା୮(ଅଜିତ୍‌ କୁମାର ମହାନ୍ତି): ଆରକ୍ଷଣକୁ ନେଇ ପଡ଼ୋଶୀ ଦେଶ ବାଂଲାଦେଶରେ ହିଂସା ଓ ରାଜନୈତିକ ସଙ୍କଟ ଉଗ୍ର ରୂପ ନେଇଛି। ଶେଖ୍‌ ହାସିନା ସରକାରଙ୍କ ପତନ ପରେ ବାଂଲାଦେଶ ଜଳୁଛି। ବାଂଲାଦେଶରେ ବ୍ୟାପକ ଅରାଜକତା ବଢ଼ିଥିବାବେଳେ ହିଂସାକାଣ୍ଡ ଓ ପୋଡ଼ାଜଳା ଜାରି ରହିଛି। ଭାରତ ବିରୋଧୀ କାର୍ଯ୍ୟକଳାପ ବଢ଼ିଚାଲିଥିବା ବେଳେ ହିନ୍ଦୁମାନଙ୍କ ଉପରେ ଆକ୍ରମଣ କରାଯାଉଛି। ତେବେ ଏହି ଅପ୍ରୀତିକର ସ୍ଥିତି ସମୟରେ ବାଂଲାଦେଶରେ ବସବାସ କରୁଥିବା ହିନ୍ଦୁ ତଥା ଅନ୍ୟ ସମ୍ପ୍ରଦାୟର ଲୋକମାନେ ବାଂଲାଦେଶ ଛାଡ଼ି ଭାରତ ସୀମାରେ ପ୍ରବେଶ କରିବାର ସମ୍ଭାବନା ରହିଛି। ତେଣୁ ଭାରତ ସରକାରଙ୍କ ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଏପରିକି ଭାରତ ବିରୋଧୀ ସଂଗଠନର ବ୍ୟକ୍ତି ସମୁଦ୍ର ପଥରେ ଭାରତକୁ ଆସି ଅଘଟଣ ଘଟାଇବାର ଆଶଙ୍କା ରହିଛି। ପୁରୀ ଜିଲାରେ ୪ଟି ମେରାଇନ୍‌ ଥାନା ରହିଛି। ତେବେ ଆବଶ୍ୟକ ସଂଖ୍ୟକ କର୍ମଚାରୀ ନ ଥିବାବେଳେ ଅତ୍ୟାଧୁନିକ ବୋଟ୍‌ ଓ ଆବଶ୍ୟକୀୟ ସରଞ୍ଜାମ ନାହିଁ। ତେଣୁ ସମୁଦ୍ରପଥ ଦେଇ ଅନୁପ୍ରବେଶକାରୀ ଏବଂ ଅସାମାଜିକ ବ୍ୟକ୍ତିମାନେ ଜିଲାରେ ପ୍ରବେଶ କରିବାର ସମ୍ଭାବନା ରହିଛି। ତେଣୁ ଏନେଇ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି କରାଯାଇଛି। ଅପରପକ୍ଷରେ ଏନେଇ ଏସ୍‌ପି ପିନାକ ମିଶ୍ର କହିଛନ୍ତି ଯେ, ବର୍ତ୍ତମାନ ବାଂଲାଦେଶରେ ହିଂସା ଲାଗି ରହିଛି। ଅନୁପ୍ରବେଶ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ତେବେ ରୀତିମତ ଭାବେ ନେଭି ଓ କୋଷ୍ଟଗାର୍ଡ ପକ୍ଷରୁ ବେଳାଭୂମିରେ ପାଟ୍ରୋଲିଂ କରାଯାଇଥାଏ। ଜିଲାରେ ୪ଟି ମେରାଇନ ଥାନା ରହିଛି। ପାଟ୍ରୋଲିଂ କରାଯିବା ସହ ସୁରକ୍ଷା ଦିଗକୁ ଧ୍ୟାନ ଦିଆଯାଉଛି। କୋଷ୍ଟଗାର୍ଡ ସହିତ ପୁରୀ ମେରାଇନ୍‌ ପୋଲିସ ନିୟମିତ ପାଟ୍ରୋଲିଂ କରୁଛି। ପୁରୀ ପୋଲିସ ସମ୍ପୂର୍ଣ୍ଣ ସତର୍କ ରହିଛି ବୋଲି ଏସ୍‌ପି କହିଛନ୍ତି। ସେହିପରି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି, ପୁରୀ ମେରାଇନ୍‌ ଥାନାର ଦୈନନ୍ଦିନ କାର୍ଯ୍ୟ ହେଉଛି ଜଳପଥ ଉପରେ କଡ଼ା ନଜର ରଖିବା। ତେଣୁ କଡ଼ା ନଜର ରଖାଯାଇଛି। ତେବେ ସେପରି କୌଣସି ପରିସ୍ଥିତି ସୃଷ୍ଟି ହୋଇନାହିଁ। ତେଣୁ ଭୟଭୀତ ହେବାର ନାହିଁ। ବିଭ୍ରାନ୍ତିକର ସୂଚନା ମଧ୍ୟ ପ୍ରଦାନ କରାନଯାଉ। ମେରାଇନ୍‌ ଥାନା ପୋଲିସ ଏବଂ କୋଷ୍ଟଗାର୍ଡ ନିୟମିତ ଭାବେ ଜଳପଥରେ ପାଟ୍ରୋଲିଂ କରୁଛି ବୋଲି ଜିଲାପାଳ ସ୍ବାଇଁ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri