ହାସିନାଙ୍କୁ ଫେରାଇନେବା ପାଇଁ ଇଣ୍ଟରପୋଲ୍‌ର ସହାୟତା ନେବ ବାଂଲାଦେଶ

ଢାକା,୧୧ା୧୧(ପି.ଟି.): ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରୁ ଫେରାଇନେବା ପାଇଁ ସେଠାର ଅନ୍ତରୀଣ ସରକାର ଇଣ୍ଟରପୋଲ୍‌ର ସହାୟତା ନେବେ ବୋଲି ରବିବାର ସୂଚନା ଦେଇଛନ୍ତି। ବାଂଲାଦେଶରେ ମାନବତା ବିରୋଧୀ ଅପରାଧରେ ସମ୍ପୃକ୍ତ ଥାଇ ବିଚାରର ସମ୍ମୁଖୀନ ହୋଇଥିବା ଅନ୍ୟ ପଳାତକମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ମଧ୍ୟ ସରକାର ଇଣ୍ଟରପୋଲ୍‌ର ସହଯୋଗ ଲୋଡ଼ିବେ। ଗତ ଜୁଲାଇ-ଅଗଷ୍ଟରେ ବାଂଲାଦେଶରେ ସରକାର ବିରୋଧୀ ଛାତ୍ର ଆନ୍ଦୋଳନ ଜୋର୍‌ ଧରିଥିବାବେଳେ ବଳ ପ୍ରୟୋଗ କରି ଏହାକୁ ଚପାଇଦେବା ପାଇଁ ହାସିନା ନିର୍ଦ୍ଦେଶ ଦେଇଥିଲେ। ଅଗଷ୍ଟ ୫ରେ ହାସିନା ଇସ୍ତଫା ଦେଇ ଭାରତ ପଳାଇଥିଲେ। ଆନ୍ଦୋଳନରେ ୭୫୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ହଜାର ଆହତ ହୋଇଥିଲେ। ଏହାକୁ ମାନବତା ବିରୋଧୀ ଅପରାଧ ଏବଂ ଗଣହତ୍ୟା ଭାବେ ଅଭିହିତ କରାଯାଇ ହାସିନା ଓ ତାଙ୍କ ଦଳର ନେତାମାନଙ୍କ ବିରୋଧରେ ୬୦ରୁ ଊର୍ଦ୍ଧ୍ୱ ମାମଲା ରୁଜୁ ହୋଇଛି। ପଳାତକ ଫାସିବାଦୀମାନେ ବିଶ୍ୱର ଯେଉଁଠି ଥାଆନ୍ତୁ ନା କାହିଁିକି ସେମାନଙ୍କୁ ଫେରାଇ ଅଣାଯାଇ କୋର୍ଟରେ ଉତ୍ତରଦାୟୀ କରାଯିବ ବୋଲି ଆଇନ ବ୍ୟାପାର ଉପଦେଷ୍ଟା ଅସିଫ୍‌ ନଜରୁଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri