Posted inଖେଳ

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ବାଂଲାଦେଶ ୧୦୪ ରନରେ ଜିତି ନେଇଛି। ଘରୋଇ ମାଟିରେ ପାକିସ୍ତାନ ବିପକ୍ଷରେ ଏହା ବାଂଲାଦେଶ ଦଳର ପ୍ରଥମ ଟେଷ୍ଟ ବିଜୟ। ଏହି ବିଜୟ ସହ ବାଂଲାଦେଶ ୨ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି।

ପ୍ରଥମ ଇନିଂସରେ ବାଂଲାଦେଶ ୪୧୩ ରନ କରିଥିବା ବେଳେ ପାକିସ୍ତାନ ୩୮୬ ରନ କରିଥିଲା। ଫଳରେ ୨୭ ରନରେ ଆଗୁଆ ଥିବା ବାଂଲାଦେଶ ମ୍ୟାଚ୍‌ର ଅନ୍ତିମ ଦିନ ତଥା ମଙ୍ଗଳବାର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୫୨/୩ରୁ ବ୍ୟାଟିଂ ଆରମ୍ଭ କରି ୯ ଉଇକେଟ ୨୪୦ ରନରେ ପାଳି ସମାପ୍ତି ଘୋଷଣା କରିଥିଲା। ଦଳ ପାଇଁ ମୋମିନୁଲ ହକ ୫୬ ଓ ପ୍ରଥମ ଇନିଂସରେ ଶତକ କରିଥିବା ଅଧିନାୟକ ଶାଣ୍ଟୋ ୮୭ ରନ କରିଥିଲେ। ପାକିସ୍ତାନ ପକ୍ଷରୁ ହାସନ ଅଲୀ ଓ ନୋମାନ ଅଲୀ ୩ଟି ଲେଖାଏ ଉଇକେଟ ନେଇଥିଲେ। ୨୬୭ ରନର ଟାର୍ଗେଟର ପିଛା କରୁଥିବା ପାକିସ୍ତାନ ନାହିଦ ରାଣାଙ୍କ ଘାତକ ବୋଲିଂର ସମ୍ମୁଖୀନ ହୋଇ ନ ପାରି ୧୬୩ ରନରେ ଅଲଆଉଟ୍‌ ହୋଇଯାଇଥିଲା। ପାକିସ୍ତାନ ପାଇଁ କେବଳ ଅବଦୁଲ ଫାଜଲ ୬୬ ରନ କରିଥିବା ବେଳେ ଘରୋଇ ଦଳ ପକ୍ଷରୁ ନାହିଦ ରାଣା ୫ ଉଇକେଟ ନେଇଥିଲେ। ଏହା ପାକିସ୍ତାନ ବିପକ୍ଷରେ ବାଂଲାଦେଶର କ୍ରମାଗତ ତୃତୀୟ ଟେଷ୍ଟ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?