Posted inଖେଳ

ଶ୍ରୀଲଙ୍କାକୁ ହରାଇଲା ବାଂଲାଦେଶ

ଡଲାସ ୮ା୬: ଲେଗ୍‌ ସ୍ପିନର ରିସାଦ ହୋସେନ (୩/୨୨)ଙ୍କ ମ୍ୟାଚ୍‌ ବିଜୟୀ ବୋଲିଂ ବଳରେ ବାଂଲାଦେଶ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ଗ୍ରୁପ୍‌ ‘ଡି’ରେ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ବିପକ୍ଷରେ ୨ଉଇକେଟରେ ରୋମାଞ୍ଚ ବିଜୟ ହାସଲ କରିଛି।

ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ଯାଇ ବାଂଲାଦେଶ ୧୨୪/୯ ସ୍କୋରରେ ଶ୍ରୀଲଙ୍କାକୁ ସୀମିତ କରିଦେଇଥିଲା। ରିସାଦଙ୍କ ବ୍ୟତୀତ ଶ୍ରୀଲଙ୍କା ଇନିଂସରେ ବିପର୍ଯ୍ୟୟ ଘଟାଇବାରେ ବିଶେଷ ଭୂମିକା ଗ୍ରହଣ କରିଥିବା ଅନ୍ୟ ବୋଲରମାନେ ହେଲେ ପେସ୍‌ ବୋଲର ମୁସ୍ତାଫିଜୁର ରହମନ (୩/୧୭) ଓ ତସ୍କିନ ଅହମଦ (୨/୨୫)।

ଶ୍ରୀଲଙ୍କା ଦଳର ଟପ୍‌ ସ୍କୋରର ଥିଲେ ଓପନର ପାଥୁମ ନିଶାଙ୍କା। ସେ ୨୮ ବଲ୍‌ରୁ ୪୭ ରନ କରିଥିଲେ। ଦଳର ଏହା ହେଉଛି କ୍ରମାଗତ ଦ୍ୱିତୀୟ ପରାଜୟ। ଫଳରେ ସୁପର-୮ ପାଇଁ ଯୋଗ୍ୟତା ହାସଲ ଦଳ ଲାଗି ବର୍ତ୍ତମାନ କଷ୍ଟସାଧ୍ୟ ହୋଇପଡ଼ିଛି।

ବିଜୟ ଲକ୍ଷ୍ୟ ପିଛା ବେଳେ ତୋହିଦ ହ୍ରିଦୟଙ୍କ ଅବଦାନ ଉଲ୍ଲେଖନୀୟ ରହିଥିଲା। ସେ ୪ ଛକା ଓ ଗୋଟି ଚୌକା ସହ ୨୦ ବଲ୍‌ରେ ଗୁରୁତ୍ୱପୂର୍ଣ୍ଣ ୪୦ ରନ ସଂଗ୍ରହ କରିଥିବା ବେଳେ ମହମୁଦୁଲ୍ଲା ୧୩ ବଲ୍‌ରେ ୧୬ ରନ୍‌ କରି ଅପରାଜିତ ରହିଥିଲେ।

ବାଂଲାଦେଶ ଗୋଟିଏ ଓଭର ବାକି ଥାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଗ୍ରୁପ୍‌ ‘ଡି’ରେ ଦକ୍ଷିଣ ଆଫ୍ରିକା, ନେଦରଲାଣ୍ଡ୍ସ ଓ ବାଂଲାଦେଶ ପ୍ରତ୍ୟେକ ୨ ପଏଣ୍ଟ ଲେଖାଏ ଅର୍ଜନ କରିଥିବା ବେଳେ ନେପାଳ ଓ ଶ୍ରୀଲଙ୍କା ଏପର୍ଯ୍ୟନ୍ତ ସେମାନଙ୍କ ଖାତା ଖୋଲିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ...

ମୁମ୍ବାଇରେ ରୋହିତ-ପାଣ୍ଡ୍ୟାଙ୍କ ଅଧିନାୟକ ବିବାଦକୁ ନେଇ ବଡ଼ ପୋଲ୍‌ ଖୋଲିଦେଲେ ବୁମ୍‌ରା, ଭୁଲ୍‌ରେ କହିଦେଲେ…

ନୂଆଦିଲ୍ଲୀ,୨୬।୭: ଆଇପିଏଲ ୨୦୨୪ ସମୟରେ ମୁମ୍ବାଇ ଇଣ୍ଡିଆନ୍ସରେ ବହୁତ କିଛି ଦେଖିବାକୁ ମିଳିଥିଲା। ମୁମ୍ବାଇ ପାଞ୍ଚ ଥର ଟାଇଟଲ ଜିତିଥିବା ଅଧିନାୟକ ରୋହିତ ଶର୍ମାଙ୍କୁ ହାର୍ଦ୍ଦିକ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri