Posted inଜାତୀୟ

ଧରା ପଡ଼ିଲେ ୬ ବାଂଲାଦେଶୀ ଅନୁପ୍ରବେଶକାରୀ…

ନୂଆଦିଲ୍ଲୀ, ୧୦।୪ : ସୀମା ସୁରକ୍ଷା ବଳ (ବିଏସଏଫ) ହାତରେ ୬ ଜଣ ବାଂଲାଦେଶୀ ନାଗରିକ ଭାରତ ସୀମାରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଧରାପଡ଼ିଛନ୍ତି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ତିନିଜଣ ମହିଳା ଏବଂ ଜଣେ ଶିଶୁ ଅଛନ୍ତି।

ପଚରାଉଚରା ବେଳେ ଏହା ଜଣାପଡିଛି ଯେ ସେମାନଙ୍କ ମଧ୍ୟରୁ କେତେଜଣ ନିଜ ସମ୍ପର୍କୀୟଙ୍କୁ ଭେଟିବାକୁ ଭାରତ ଆସୁଥିଲେ। ଅନ୍ୟମାନେ କାମ କିମ୍ବା ରୋଜଗାରର ସନ୍ଧାନରେ ଅନୁପ୍ରବେଶ କରୁଥିଲେ। ଧରାପଡିଥିବା ସମସ୍ତ ବ୍ୟକ୍ତି କହିଛନ୍ତି ଯେ ସେମାନେ ଭାରତରେ ବେଆଇନ ଅନୁପ୍ରବେଶ ପାଇଁ ମଧ୍ୟସ୍ଥିଙ୍କୁ ଟଙ୍କା ଦେଇଛନ୍ତି।

ଏହି ପ୍ରସଙ୍ଗରେ ବିଏସଏଫ ଏକ ବିବୃତ୍ତି ଜାରି କରି କହିଛି ଯେ ବାଂଲାଦେଶର ୬ଜଣ ଲୋକ ରଙ୍ଗହାଟ ଏବଂ ଜିତପୁର ସୀମା ପୋଷ୍ଟରେ ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଧରାପଡିଛନ୍ତି। ପରେ, ୨୪ ପ୍ରଗଣା ଜିଲାର ସୀମା ପୋଷ୍ଟରେ ତାଙ୍କୁ ବାଂଲାଦେଶ ସୀମା ସୁରକ୍ଷା(ବିଜିବି)ଙ୍କୁ ହସ୍ତାନ୍ତର କରାଯାଇଛି।

ଏହାପୂର୍ବରୁ ଏପ୍ରିଲ ୭ ରେ ନଦିଆ ଜିଲାର ସୀମାନ୍ତ ଅଞ୍ଚଳରେ ବାଂଲାଦେଶର ଗୋଟିଏ ପରିବାରର ଚାରିଜଣ ସଦସ୍ୟ ଅନୁପ୍ରବେଶ ଉଦ୍ୟମ କରୁଥିବାବେଳେ ବିଏସଏଫର ୮ତମ ବାହିନୀର ରାମନଗର ପୋଷ୍ଟରେ ଧରାପଡିଥିଲେ। ଏହି ଚାରିଜଣଙ୍କୁ ସୀମା ପାର କରିବା ପାଇଁ ସହାୟତା କରୁଥିବା ଜଣେ ମହିଳା ମଧ୍ୟସ୍ଥିଙ୍କୁ ମଧ୍ୟ ଗିରଫ କରାଯାଇଥିଲା। ମହିଳା ଜଣଙ୍କ ସେମାନଙ୍କଠାରୁ ଦେଢ଼ ଲକ୍ଷ ଟଙ୍କା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri