ନିର୍ଯାତନାର କାହାଣୀ ବଖାଣିଲେ ବାଂଲାଦେଶୀ ଦେହଜୀବୀ

ଭୁବନେଶ୍ୱର,୨୫ା୧୧(ସତ୍ୟଜିତ୍‌ ରାଉତ): କଟକରେ ବାଂଲାଦେଶର ଜଣେ ନାବାଳିକା ଉଦ୍ଧାର ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସ ଅଧିକ ତନାଘନା ଚଳାଇଛି। ତେବେ କଟକ ସହ ଭୁବନେଶ୍ୱରରେ ମଧ୍ୟ ବାଂଲାଦେଶ ଯୁବତୀ ସକ୍ରିୟ ଥିବା ଚର୍ଚ୍ଚା ହେଉଛି। ଭୁବନେଶ୍ୱରରେ ସେକ୍ସ ୱାର୍କର ଭାବେ କାମ କରୁଥିବା ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। ଏପରିକି ଏକାଧିକ ଆପାର୍ଟମେଣ୍ଟ ଓ ହୋଟେଲ ଆଦିରେ ବାଂଲାଦେଶୀ ଯୁବତୀଙ୍କୁ ନିୟୋଜିତ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଏଭଳି ସ୍ଥିତିରେ ସୋସିଆଲ ମିଡିଆରେ ଜଣେ ବାଂଲାଦେଶୀ ଯୁବତୀ ଜଣେ ଗ୍ରାହକଙ୍କୁ ନିର୍ଯାତନାର କାହାଣୀ କହୁଥିବା ଭିଡିଓ ଭାଇରାଲ ହେଉଛି। ସେ ବାଂଲାଦେଶର ବର୍ଡର (ସୀମା)ରୁ ଆସିଥିବା ବେଳେ ରୁକ୍‌ସାନା ବେଗମ୍‌ ବୋଲି ଜଣେ ଦିଦି ତାଙ୍କୁ ଆଣିଥିବା କହୁଛନ୍ତି। ଏଥିସହ ତାଙ୍କ ନାମରେ ନକଲି ଆଧାର କାର୍ଡ ବନାଯାଇ ପ୍ରତି କାମ ପିଛା ୨ ହଜାର ଟଙ୍କା ଦିଆଯାଉଥିବା ନେଇ ଡରି ଡରି କହୁଛନ୍ତି। ତେବେ ଏଭଳିସ୍ଥିତିରେ ଭୁବନେଶ୍ୱର ପୋଲିସ ପକ୍ଷରୁ ନଜର ରଖାଯାଇ ଖୋଳତାଡ ଆରମ୍ଭ ହୋଇଛି। ଡିସିପି ପିନାକ ମିଶ୍ର କହିଛନ୍ତି, ଭୁବନେଶ୍ୱରରେ ଏହା ଉପରେ ତିକ୍ଷ୍ଣ ନଜର ରଖିଛୁ। ଯେଉଁମାନେ ବାଂଲାଦେଶୀ ଯୁବତୀଙ୍କୁ ଆଣି ଅନୈତିକ କାର୍ଯ୍ୟରେ ନିୟୋଜିତ କରୁଛନ୍ତି। ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଖୋଳତା଼ଡ କରିବାକୁ ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri