ନିର୍ଯାତନାର କାହାଣୀ ବଖାଣିଲେ ବାଂଲାଦେଶୀ ଦେହଜୀବୀ

ଭୁବନେଶ୍ୱର,୨୫ା୧୧(ସତ୍ୟଜିତ୍‌ ରାଉତ): କଟକରେ ବାଂଲାଦେଶର ଜଣେ ନାବାଳିକା ଉଦ୍ଧାର ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସ ଅଧିକ ତନାଘନା ଚଳାଇଛି। ତେବେ କଟକ ସହ ଭୁବନେଶ୍ୱରରେ ମଧ୍ୟ ବାଂଲାଦେଶ ଯୁବତୀ ସକ୍ରିୟ ଥିବା ଚର୍ଚ୍ଚା ହେଉଛି। ଭୁବନେଶ୍ୱରରେ ସେକ୍ସ ୱାର୍କର ଭାବେ କାମ କରୁଥିବା ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। ଏପରିକି ଏକାଧିକ ଆପାର୍ଟମେଣ୍ଟ ଓ ହୋଟେଲ ଆଦିରେ ବାଂଲାଦେଶୀ ଯୁବତୀଙ୍କୁ ନିୟୋଜିତ କରାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଏଭଳି ସ୍ଥିତିରେ ସୋସିଆଲ ମିଡିଆରେ ଜଣେ ବାଂଲାଦେଶୀ ଯୁବତୀ ଜଣେ ଗ୍ରାହକଙ୍କୁ ନିର୍ଯାତନାର କାହାଣୀ କହୁଥିବା ଭିଡିଓ ଭାଇରାଲ ହେଉଛି। ସେ ବାଂଲାଦେଶର ବର୍ଡର (ସୀମା)ରୁ ଆସିଥିବା ବେଳେ ରୁକ୍‌ସାନା ବେଗମ୍‌ ବୋଲି ଜଣେ ଦିଦି ତାଙ୍କୁ ଆଣିଥିବା କହୁଛନ୍ତି। ଏଥିସହ ତାଙ୍କ ନାମରେ ନକଲି ଆଧାର କାର୍ଡ ବନାଯାଇ ପ୍ରତି କାମ ପିଛା ୨ ହଜାର ଟଙ୍କା ଦିଆଯାଉଥିବା ନେଇ ଡରି ଡରି କହୁଛନ୍ତି। ତେବେ ଏଭଳିସ୍ଥିତିରେ ଭୁବନେଶ୍ୱର ପୋଲିସ ପକ୍ଷରୁ ନଜର ରଖାଯାଇ ଖୋଳତାଡ ଆରମ୍ଭ ହୋଇଛି। ଡିସିପି ପିନାକ ମିଶ୍ର କହିଛନ୍ତି, ଭୁବନେଶ୍ୱରରେ ଏହା ଉପରେ ତିକ୍ଷ୍ଣ ନଜର ରଖିଛୁ। ଯେଉଁମାନେ ବାଂଲାଦେଶୀ ଯୁବତୀଙ୍କୁ ଆଣି ଅନୈତିକ କାର୍ଯ୍ୟରେ ନିୟୋଜିତ କରୁଛନ୍ତି। ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଖୋଳତା଼ଡ କରିବାକୁ ସମସ୍ତ ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri