ଜେଲରେ ବାଂଲାଦେଶୀ ଲେଖକଙ୍କ ମୃତ୍ୟୁ

ଢାକା, ୨୮।୨: ସୋସିଆଲ ମିଡିଆ ପୋଷ୍ଟ ପାଇଁ ବର୍ଷେ ହେଲା ଜେଲରେ ଥିବା ବାଂଲାଦେଶୀ ଲେଖକ ମୁସ୍ତାକ ଅହମଦଙ୍କର ମୃତ୍ୟୁ ହୋଇଛି। ମହାମାରୀ ପରିଚାଳନାରେ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିଫଳତା ଓ ଦୁର୍ନୀତି ଅଭିଯୋଗ କରି କେତେଜଣ ସୋସିଆଲ ମିଡିଆରେ ସମାଲୋଚନା କରିବା ସହ ବ୍ୟଙ୍ଗଚିତ୍ର ପୋଷ୍ଟ କରିଥିଲେ। ଏଥିପାଇଁ ମୁସ୍ତାକଙ୍କ ସମେତ ୧୧ ଜଣଙ୍କୁ ଗତବର୍ଷ ଜେଲ ପଠାଯାଇଥିଲା। ମୁସ୍ତାକଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଭିନ୍ନ ମତବାଦୀଙ୍କ ଉପରେ ସରକାରଙ୍କ ଦମନଲୀଳା ବିରୋଧରେ ସ୍ବର ଉଠିଛି। ବାଂଲାଦେଶ ଡିଜିଟାଲ ସିକ୍ୟୁରିଟି ଆକ୍ଟ ଅନୁଯାୟୀ ଦେଶର ଏକତା, ଆର୍ଥତ୍କ କାର୍ଯ୍ୟ, ସୁରକ୍ଷ, ପ୍ରତିରକ୍ଷା, ଧର୍ମୀୟ ମୂଲ୍ୟବୋଧର ଉଲ୍ଲଂଘନ ଓ ବିଶୃଙ୍ଖଳା ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସରକାର ଦଣ୍ଡିତ କରିପାରିବେ। ଭିନ୍ନ ମତବାଦୀଙ୍କ ମୁହଁ ବନ୍ଦ କରିବା ପାଇଁ ଏହି ଆଇନକୁ ବ୍ୟବହାର କରାଯାଉଛି। ହାସିନା ସରକାରଙ୍କୁ ସମାଲୋଚନା କରିଥିବା ଖବରଦାତା, ଛାତ୍ରୀଛାତ୍ର ଓ ରାଜନୈତିକ କର୍ମୀଙ୍କ ସମେତ ୧୩୮ ଜଣଙ୍କୁ ଗତବର୍ଷ ଗିରଫ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri