ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାବିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର ବିମାନବନ୍ଦରରେ ମାଡ଼ିବସିଲେ ସ୍ଥାନୀୟ ଲୋକେ। ସେମାନଙ୍କୁ ଅଟକ ରଖି ପୋଲିସକୁ ଖବର ଦେଇଥିଲେ। ଘଟଣାକୁ ନେଇ ଚାପା ଉତ୍ତେଜନା ମଧ୍ୟ ଦେଖିବାକୁ ମିଳିଲା। ପୋଲିସ ପହଞ୍ଚି ସେମାନଙ୍କୁ ହେପାଜତ୍କୁ ନେଇ ତଦନ୍ତ କରୁଛି।
ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ ଗଛରେ ଝୁଲାଇ ପୋଡ଼ି ହତ୍ୟା କରିଥିବା ଘଟଣାକୁ ନେଇ ସାରା ଭାରତରେ ବିକ୍ଷୋଭ ପ୍ରଦର୍ଶନ ହେଉଛି।


