Posted inଖେଳ

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ କୌଣସି ଆର୍ଥିକ, କ୍ରୀଡ଼ା ସମ୍ବନ୍ଧୀୟ କିମ୍ବା ପ୍ରଶାସନିକ ଦଣ୍ଡ ବିଧାନ କରାଯିବ ନାହିଁ ବୋଲି ICC ସ୍ପଷ୍ଟ କରିଛି।

ICC, PCB ଏବଂ BCB ମଧ୍ୟରେ ଅନୁଷ୍ଠିତ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ବାଂଲାଦେଶକୁ ICC ଏକ ଗୁରୁତ୍ୱପୂର୍ଣ୍ଣ ‘ଫୁଲ୍ ମେମ୍ବର’ ଭାବେ ସ୍ୱୀକୃତି ଦେଇଛି ଏବଂ ସମ୍ପ୍ରତି ବିବାଦ ପାଇଁ କୌଣସି ‘ପେନାଲ୍ଟି’ ନ ଲଗାଇବାକୁ ସହମତି ପ୍ରକାଶ କରିଛି।

ବାଂଲାଦେଶର କ୍ରିକେଟ୍ ପ୍ରତି ଥିବା ଆଗ୍ରହକୁ ଦୃଷ୍ଟିରେ ରଖି ୨୦୨୮ ରୁ ୨୦୩୧ ମଧ୍ୟରେ ବାଂଲାଦେଶକୁ ଏକ ବଡ଼ ICC ଇଭେଣ୍ଟ ଆୟୋଜନ କରିବାର ସୁଯୋଗ ମିଳିବ। ୨୦୩୧ ବିଶ୍ୱକପ୍ ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ।

ICC ମୁଖ୍ୟ କାର୍ଯ୍ୟନିର୍ବାହୀ ସଞ୍ଜୋଗ ଗୁପ୍ତା କହିଛନ୍ତି ଯେ, ବାଂଲାଦେଶରେ ପ୍ରାୟ ୨୦ କୋଟିରୁ ଅଧିକ କ୍ରିକେଟ ପ୍ରେମୀ ଅଛନ୍ତି। ବିଶ୍ୱକପ୍‌ରେ ଦଳର ଅନୁପସ୍ଥିତି ସତ୍ତ୍ୱେ ବାଂଲାଦେଶରେ କ୍ରିକେଟର ବିକାଶ ପାଇଁ ICC ପୂର୍ବଭଳି ସହଯୋଗ ଜାରି ରଖିବ।

BCB ଚାହିଁଲେ ନିୟମ ଅନୁଯାୟୀ ଏହି ପ୍ରସଙ୍ଗରେ ‘ଡିସପ୍ୟୁଟ୍ ରେଜୋଲ୍ୟୁସନ କମିଟି’ (DRC) ର ଦ୍ୱାରସ୍ଥ ହୋଇପାରିବ। ICC ପକ୍ଷରୁ କୁହାଯାଇଛି ଯେ, ସେମାନେ ନିରପେକ୍ଷତା ଏବଂ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ୱ ଦେଉଛନ୍ତି, ଯେପରି କ୍ରିକେଟର ଏହି ସନ୍ଦର୍ଭ ଦେଶର କ୍ରିକେଟ୍ ଭବିଷ୍ୟତ ଉପରେ କୌଣସି ଖରାପ ପ୍ରଭାବ ନ ପକାଏ।


Enter your email to get our daily news in your inbox.

All Right Reserved By Dharitri.Com

IND VS NZ: ଭାରତର ପ୍ଲେଇଂ ୧୧ରେ ୩ଟି ବଡ଼ ପରିବର୍ତ୍ତନ; ୬ଟି ପରିବର୍ତ୍ତନ ସହ ପଡ଼ିଆକୁ ଓହ୍ଲାଇଲା ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ,୧୩।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ମାଉଣ୍ଟ ମାଉଙ୍ଗାନୁଇ ଠାରେ ଖେଳାଯିବ। ଶୁବମନ ଗିଲଙ୍କ…

ନୂଆ ଇତିହାସ ଲେଖିଲେ ପାକିସ୍ତାନ ଖେଳାଳି: ଡେବ୍ୟୁ ମ୍ୟାଚ୍‌ରେ କଲେ କମାଲ୍‌

ରାୱଲପିଣ୍ଡି,୧୩।୧୦:ଟେଷ୍ଟ କ୍ରିକେଟ୍‌ରେ ଡେବ୍ୟୁ କରିବା ପ୍ରତ୍ୟେକ ଖେଳାଳିଙ୍କ ସ୍ବପ୍ନ। ହେଲେ କିଛି ଖେଳାଳି ନିଜର ପ୍ରଥମ ମ୍ୟାଚ୍‌ରେ ଏମିତି ପ୍ରଦର୍ଶନ କରନ୍ତି, ଯାହା କ୍ରିକେଟ ଇତିହାସରେ ସବୁଦିନ…

ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟ ସେବା ଠପ୍‌; ଲକ୍ଷ ଲକ୍ଷ ଉପଭୋକ୍ତା ଆଉଟଲୁକ (Outlook) ବ୍ୟବହାର କରିବାରେ ସମସ୍ୟା; OpenAI ଉପରେ ମଧ୍ୟ ପ୍ରଭାବ

ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ…

ଟସ ଜିତିଲା ଟିମ ଇଣ୍ଡିଆ: ଶ୍ରେୟସ ଆୟରଙ୍କ ହାତରେ ଅଧିନାୟକ ଦାୟିତ୍ୱ,ବାଦ୍‌ ପଡ଼ିଲେ…

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ଆଜି ଖେଳାଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ପୁଅର ସ୍ୱପ୍ନ ପାଇଁ ଶୋ’ରୁମ୍‌ ବିକିଥିଲେ ବାପା, ଅଣ୍ଡର-୧୯ ଏସିଆ କପ୍‌ରେ ଚମକିଲେ ୧୭ ବର୍ଷୀୟ ଇଶାନ ସୁଦ୍‌

ନୂଆଦିଲ୍ଲୀ,୧୩।୧୧: ଅଣ୍ଡର-୧୯ ଏସିଆ କପ୍‌ ୨୦୨୬ରେ ଭାରତୀୟ ଯୁବ ଖେଳାଳିମାନେ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ରହିଛନ୍ତି । ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର ସେହୱାଗଙ୍କ ବ୍ୟାଟିଂକୁ…

ନିର୍ଦ୍ଦିଷ୍ଟ ପ୍ରଶଂସକଙ୍କୁ କାହିଁକି ଅଟୋଗ୍ରାଫ ଦେବାକୁ ସିଧା ମନା କଲେ ବିରାଟ କୋହଲି? ଜାଣନ୍ତୁ ଏହାର ବଡ଼ କାରଣ, ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୨।୧୧: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମ୍ୟାଚ ନଭେମ୍ବର ୧୩ ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇର ‘ବେ ଓଭାଲ’…

ମହଙ୍ଗା ହେବ ବସ ଯାତ୍ରା, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୧୧: ଏଣିକି ମହଙ୍ଗା ହେବ ବସ ଯାତ୍ରା। ଗୁରୁବାର ରାଜ୍ୟ ସରକାର ବସ ଭଡ଼ା ବୃଦ୍ଧି କରିଛନ୍ତି। ସବୁଠାରୁ ଅଧିକ ସ୍ଲିପର ଏସି କୋଚ ବସ ଭଡ଼ା…

ରୋହିତ-ଗାଏକୱାଡ କରିବେ ଓପନିଂ, ସିରାଜଙ୍କ ପ୍ରତ୍ୟାବର୍ତ୍ତନ… ଚତୁର୍ଥ ODI ପାଇଁ ଭାରତର Playing XI କିପରି ରହିବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆ ମ୍ୟାଚ ପାଇଁ ଭାରତର ଚୂଡ଼ାନ୍ତ ଏକାଦଶରେ (Playing XI) କିଛି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଶୁବମନ ଗିଲ ବାକି ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?